ଖାର୍କିଭରେ ରୁଷିଆ ସେନାଙ୍କ ରକେଟ୍ ବର୍ଷା, ୧୫ ମୃତ୍ୟୁ, ବହୁ ଘର ନଷ୍ଟ

କ୍ୱିଭ/ଖାର୍କିଭ,୨୩ ।୬: ରୁଷିଆ ସେନା ୟୁକ୍ରେନର ଦ୍ୱିତୀୟ ବଡ ସହର ଖାର୍କିଭ ଓ ଏହାର ଆଖପାଖ ଅଞ୍ଚଳରେ ମଙ୍ଗଳବାର ରାତି ଓ ବୁଧବାର ସକାଳେ ରକେଟ୍ ବର୍ଷା କରିଥିବା ସୂଚନା ମିଳିଛି । ଏଥିରେ ଅତିକମରେ ୧୫ ଜଣଙ୍କ ମୃତ୍ୟୁ ହୋଇଥିବ କୁହାଯାଉଛି । ଏହାସହ ୧୬ରୁ ଅଧିକ ଆହତ ବି ହୋଇଛନ୍ତି । ଏହାର ଉଦ୍ଦେଶ୍ୟ ରହିଛି ୟୁକ୍ରେନ ସେନାଙ୍କୁ ମୁଖ୍ୟ ଯୁଦ୍ଧସ୍ଥଳରୁ ହଟାଇ ସହରକୁ ସୁରକ୍ଷା ଦେବାକୁ ବାଧ୍ୟ କରିବା ।
ସୂଚନାଯୋଗ୍ୟ, ଖାର୍କିଭରେ ସାଧାରଣ ଜୀବନ ପୁଣିଥରେ ଆରମ୍ଭ ହେବାକୁ ଯାଉଥିବା ବେଳେ କିଛି ସପ୍ତାହ ହେବ ଏଠାରେ ଭିଷଣ ଆକ୍ରମଣ ଫଳରେ ସ୍ଥିତି ପୁଣି ବିଗିଡିବାରେ ଲାଗିଛି । ଗତ ମାସରେ ୟୁକ୍ରେନ୍ ସେନା ଖାର୍କିଭରୁ ରୁଷିଆ ସେନାଙ୍କୁ ହଟାଇ ଦେଇଥିଲେ । ୟୁକ୍ରେନ୍ ଅଧିକାରୀମାନେ କହିଛନ୍ତି ରୁଷିଆ ସେନାଙ୍କ ଦ୍ୱାରା ହୋଇଥିବା ଆକ୍ରମଣରେ ଖାର୍କିଭ ବାହାରେ ଥିବା ଘର ଗୁଡିକ ବି ନଷ୍ଟ ହୋଇଯାଇଛି ।
ଏହାପରେ ୟୁକ୍ରେନ ରାଷ୍ଟ୍ରପତିଙ୍କ ପରାମର୍ଶଦାତା ଓଲେସ୍କେ ଏରେତୋପିଜ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି ରୁଷିଆ ସେନାଙ୍କ ଦ୍ୱାରା ସେହିଭଳି ଭାବେ ଆକ୍ରମଣ କରାଯାଇଛି ଯେଉଁଭଳି ଭାବେ ମୋରିଉପୋଲରେ କରାଯାଇଥିଲା । ଏହାର ଗୋଟିଏ ଲକ୍ଷ୍ୟ ଲୋକଙ୍କୁ ଭୟଭୀତ କରାଇବା । ଯଦି ରୁଷିଆ ସେନା ଏଭଳି କାର୍ଯ୍ୟ ଜାରି ରଖିବ ତେବେ ଆମକୁ ଏହାର ପ୍ରତିକ୍ରିୟା ଦେବାକୁ ପଡିବ । ଏଥିପାଇଁ ଆମକୁ ସେନାଙ୍କୁ ସହରକୁ ଆଣିବାକୁ ପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri