ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ: ଆମେରିକା ଉସୁକାଉଥିବା ଅଭିଯୋଗ…

ମସ୍କୋ/ଓ୍ବାଶିଂଟନ,୭।୧୨ : ୟୁକ୍ରେନ କ୍ରମାଗତ ଦ୍ୱିତୀୟ ଥର ପାଇଁ ରୁଷିଆରେ ପ୍ରବେଶ କରି ଏହାର ଅନ୍ୟ ଏକ ବାୟୁସେନା ବେସକୁ ଧ୍ୱଂସ କରିଛି। ଡ୍ରୋନ ଆକ୍ରମଣରେ ବାୟୁସେନା ବେସରୁ ଧୂଆଁ ଏବଂ ନିଆଁର ଚିତ୍ର ମଧ୍ୟ ସାମ୍ନାକୁ ଆସିଛି। ନିଜ ଉପରେ ଲଗାତାର ଆକ୍ରମଣରେ କ୍ରୋଧିତ ହୋଇ ରୁଷିଆ ଏଥିପାଇଁ ଆମେରିକାକୁ ଦାୟୀ କରିଛି।

ରୁଷିଆ କହିଛି ଯେ ୟୁକ୍ରେନକୁ ଆମେରିକା ସାମରିକ ସହାୟତା ପଠାଉଛି ଏବଂ ଏଭଳି ଆକ୍ରମଣ ପାଇଁ ଉସୁକାଉଥିବା ଅଭିଯୋଗ କରିଛି। ରୁଷିଆର ଅଭିଯୋଗ ପରେ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ସ୍ପଷ୍ଟୀକରଣ ଦେଇଛନ୍ତି। ବ୍ଲିଙ୍କେନ କହିଛନ୍ତି ଯେ ଆମ ବିରୋଧରେ ଆସିଥିବା ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ। ଆମେ ୟୁକ୍ରେନକୁ ଆକ୍ରମଣ କରିବାକୁ ଉସୁକାଇ ନାହୁଁ।

ବାସ୍ତବରେ ଡ୍ରୋନ ଆକ୍ରମଣ ପରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କ ସୁରକ୍ଷା ପରିଷଦ ବୈଠକ ଡାକିଥିଲେ। ଏହି ବୈଠକରେ ଦେଶର ନିରାପତ୍ତାରେ ବିଷୟରେ ଆଲୋଚନା ହୋଇଥିଲା। ବୈଠକରେ ସାମରିକ ଅଧିକାରୀମାନେ ଏହି ଆକ୍ରମଣ ପାଇଁ ଆମେରିକାକୁ ସିଧାସଳଖ ଦାୟୀ କରିଥିଲେ। କାରଣ ଆମେରିକା ଏପର୍ଯ୍ୟନ୍ତ ଏହି ଆକ୍ରମଣକୁ ନିନ୍ଦା କରିନାହିଁ। କେବଳ ଏତିକି ନୁହେଁ, ଏଥର ୟୁକ୍ରେନ ମଧ୍ୟ ଆକ୍ରମଣ କରିଥିବାକୁ ସ୍ବୀକାର କରୁନାହିଁ। ତେଣୁ ସନ୍ଦେହ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri