ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ପାଇଁ ଯିବ ରୁଷିଆର କରୋନା ଭ୍ୟାକ୍ସିନ

ମସ୍କୋ,୧୮।୮: ପ୍ରଶ୍ନ ଘେରରେ ପୋତିହୋଇ ପଡିଥିବା ରୁଷିଆର କରୋନା ଭ୍ୟାକ୍ସିନ ‘ସ୍ପୁଟନିକ-ଭି’ ଏବେ ଫେଜ୍‌ ଥ୍ରି ହ୍ୟୁମାନ ଟ୍ରାଏଲ ପାଇଁ ଯିବ ବୋଲି ଜଣାପଡିଛି। ଆଗାମୀ ୭ ଦିନ ମଧ୍ୟରେ ଏହା ଆରମ୍ଭ କରାଯାଇପାରେ। ରୁଷିଆ ଏହି ଭ୍ୟାକ୍ସିନର ଏକ ଭିଡିଓ ଜାରି କରିଛି। ଯେଉଁଥିରେ ଦାବି କରାଯାଇଛି କି ଏହି ଟିକା କରୋନା ଭାଇରସକୁ ଶେଷ କରିବାକୁ ସମ୍ପୂର୍ଣ୍ଣ ଭାବେ ସକ୍ଷମ। ଅନ୍ୟପଟେ ମେକ୍ସିକୋର ରାଷ୍ଟ୍ରପତି ଆନ୍ଦ୍ରିଜ ମେନଓ୍ବଲ ଲୋପେଜ ଓବରାଡୋର କହିଛନ୍ତି ଯଦି ରୁଷିଆର କରୋନା ଭ୍ୟାକ୍ସିନ ପ୍ରଭାବିତ ବୋଲି ପ୍ରମାଣିତ ହେଲା ତେବେ ସେ ନିଜେ ଏହି ଟିକା ନେବେ। ରୁଷିଆର ଏହି ଟିକାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ଓ ଆଉ କେତେଜଣ ବିଶେଷଜ୍ଞ ଚିନ୍ତା ପ୍ରକଟ କରିଛନ୍ତି। ରୁଷିଆର ଏହି ଭ୍ୟାକ୍ସିନର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷଣ ମାତ୍ର ଦୁଇ ମାସ ମଧ୍ୟରେ ହୋଇଥିବାରୁ ଏହା ଉପରେ ଏବେ ପ୍ରଶ୍ନ ଉଠୁଛି। ଅନ୍ୟପଟେ ଫେଜ୍‌ ଥ୍ରି ଟ୍ରାଏଲ ପୂର୍ବରୁ ସରକାର ଏହାକୁ ମଞ୍ଜୁରୀ ପ୍ରଦାନ କରଦେଇଥିଲେ। ଏହାପରେ ଗତ ସପ୍ତାହରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିତ ପୁଟିନ ମଧ୍ୟ ଦାବି କରିଥିଲେ କି ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ଓ ଗାମେଲୟା ଇନଷ୍ଟିଚ୍ୟୁଟର ମିଳିତ ସଯୋଗରେ ଏହି ଟିକା ଉତ୍ପାଦନ କରାଯାଇଛି। ଏହା ଶରୀରରେ କୋଭିଡ-୧୯ ମହାମାରୀ ବିରୋଧରେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri