ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି।

ୟୁକ୍ରେନ୍‌ର ବିଭିନ୍ନ ସହର ଉପରେ ରୁଷିଆ ଡ୍ରୋନ୍‌ ଏବଂ ବାଲିଷ୍ଟିକ୍‌ ମିଶାଇଲ୍‌ ମାଡ଼ କରିଛି। ଫଳରେ ବହୁ ଆବାସିକ ଅଟ୍ଟାଳିକା ଓ ବେସାମରିକ ଭିତ୍ତିଭୂମି କ୍ଷତିଗ୍ରସ୍ତ ହୋଇଛି। ଓଡ଼େସା ସହର ଓ ଏହାର ଆଖପାଖ ଅଞ୍ଚଳରେ ସୋମବାର ସନ୍ଧ୍ୟାରୁ ଗାଇଡେଡ୍‌ ବୋମା ଓ ଡ୍ରୋନ୍‌ ଆକ୍ରମଣ ଜାରି ରହିଥିଲା।

ଫଳରେ ଅନେକ ହଜାର ପରିବାରକୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହୋଇଯାଇଥିବା ଜେଲେନ୍‌ସ୍କି ଏକ ସୋସିଆଲ ମିଡିଆ ପୋଷ୍ଟରେ କହିଛନ୍ତି। ଆକ୍ରମଣରେ ୧୨ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ଓଡେସା ଏବଂ କିଭ୍‌ ସମେତ ଖେର୍ସନ, ଡୋନେସ୍କ, ଜାପୋରିଝିଆ, ଖର୍କିଭ, ଚେର୍ନିହିଭ୍‌, ଝିଟୋମିର, ସୁମି ଏବଂ ଡନିପ୍ରୋ ଅଞ୍ଚଳରେ ଆକ୍ରମଣ ହୋଇଛି।

କିଭ୍‌ର ଏକ ରେଲଓ୍ବେ ଡିପୋ ଉପରେ ଆକ୍ରମଣ ହେବାରୁ ୭ ଜଣଙ୍କ ମୃତ୍ୟୁ ଘଟିଛି। ବୋରିସ୍କିଲ୍‌ରେ ଏକ ୫ ମହଲା ଆବାସିକ ବିଲ୍ଡିଂ କ୍ଷତିଗ୍ରସ୍ତ ହେବା ସହ ୪ ଜଣଙ୍କ ମୃତ୍ୟୁ ଘଟିଛି ଓ ୧୩ ଜଣ ଆହତ ହୋଇଛନ୍ତି। ଉକ୍ତ ବିଲ୍ଡିଂରୁ ୫୦ ଜଣଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ଜେଲେନ୍‌ସ୍କି କହିଛନ୍ତି।

ରୁଷିଆ ଜାଣିଶୁଣି ସାଧାରଣ ନାଗରିକମାନଙ୍କୁ ଟାର୍ଗେଟ କରି ଆକ୍ରମଣ କରୁଥିବା ଜେଲେନ୍‌ସ୍କି ଅଭିଯୋଗ କରିଛନ୍ତି। ପାଶ୍ଚାତ୍ୟ ଦେଶଗୁଡ଼ିକ ୟୁକ୍ରେନ୍‌କୁ ପ୍ରତିରକ୍ଷା ସହାୟତା ବଢ଼ାଇବା ପାଇଁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

କାହିଁକି ବାରମ୍ୱାର ୨୬ ତାରିଖରେ ଘଟୁଛି ପ୍ରଳୟ? ଭେଙ୍ଗାବାବା ଖୋଲିଲେ ରହସ୍ୟ…

ନୂଆଦିଲ୍ଲୀ,୧।୯: ନେପାଳ-ତିବ୍ଦତ ସୀମାରେ ହିମାଳୟର ହିମବାହ (ଗ୍ଲେସିୟର) ଭାଙ୍ଗି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ଓ ଭୂସ୍ଖଳନ ପରେ ଏବେ ସାରା ବିଶ୍ୱରେ ଚାଞ୍ଚଲ୍ୟ ଖେଳିଯାଇଛି। ଶହ ଶହ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

ସାହାଣୀ କପ୍‌ ଫୁଟ୍‌ବଲ୍‌: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍‌ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍‌…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

ନିୟମିତ ହେଉଛି ଭଡ଼ା ଆଦାୟ: ରକ୍ଷଣାବେକ୍ଷଣରେ ଅବହେଳା, ତେଜିଲା ଦୋକାନୀଙ୍କ ଅସନ୍ତୋଷ…

ଜୁନାଗଡ଼,୧ା୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇପଡିଛି। ଏଠାରେ ୧୪ଟି ଗୃହ ଥିବାବେଳେ ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri