ଏହି ସରକାରଙ୍କ ଆସିଲା ବଡ଼ ଯୋଜନା: ପିଲା ଜନ୍ମ କଲେ ଛାତ୍ରୀଙ୍କୁ ମିଳିବ ଲକ୍ଷେ ରୁବଲ ପ୍ରୋତ୍ସାହନ ରାଶି

ମସ୍କୋ,୧୦ା୧: ରୁଷିଆର କରେଲିଆ ଅଞ୍ଚଳର ସ୍ଥାନୀୟ ସରକାରଙ୍କ ଦ୍ୱାରା ୨୫ ବର୍ଷରୁ କମ୍‌ ବୟସର ଛାତ୍ରୀମାନଙ୍କୁ ପିଲା ଜନ୍ମ କଲେ ୧ ଲକ୍ଷ ରୁବଲ (ପ୍ରାୟ ୮୧ ହଜାର ଟଙ୍କା)ର ପ୍ରୋତ୍ସାହନ ରାଶି ଦିଆଯିବ। ‘ଦି ମସ୍କୋ ଟାଇମ୍ସ’ରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, କରେଲିଆର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ୨୫ ବର୍ଷ ବୟସ୍କା ଛାତ୍ରୀମାନଙ୍କ ପାଇଁ ଏହି ଯୋଜନା ଲାଗୁ ହେବ। ଦେଶରେ ଲଗାତର ହ୍ରାସ ପାଉଥିବା ଜନ୍ମହାରରେ ଉନ୍ନତି ଆଣିବା ପାଇଁ ଗତ ଜାନୁଆରୀ ୧ରୁ କରେଲିଆ ସରକାର ଏହି ଯୋଜନା ଆରମ୍ଭ କରିଛନ୍ତି। ତେବେ ମୃତ ପିଲାଙ୍କୁ ଜନ୍ମ ଦେଇଥିବା ମା’ଙ୍କ ପାଇଁ ଏହି ଯୋଜନା ଅନୁଯାୟୀ ପ୍ରୋତ୍ସାହନ ରାଶି ଦିଆଯିବ ନାହିଁ।

ତେବେ ଏପରି ନୀତିକୁ କାର୍ଯ୍ୟକାରୀ କରିବାରେ କାରୋଲିନା ରୁଷିଆର ପ୍ରଥମ ଅଞ୍ଚଳ ନୁହେଁ। ରୁଷିଆର ଅତି କମ୍‌ରେ ୧୧ରୁ ଅଧିକ ଆଞ୍ଚଳିକ ସରକାର ଛାତ୍ରୀମାନଙ୍କୁ ପିଲା ଜନ୍ମ କରିବା ପାଇଁ ପ୍ରୋତ୍ସାହନ ରାଶି ଦେଉଛନ୍ତି। ତେବେ ବିଶେଷଜ୍ଞମାନେ ଏପରି ପଦକ୍ଷେପକୁ ଅନୁପଯୁକ୍ତ ଏବଂ ଦୂରଦୃଷ୍ଟିସମ୍ପନ୍ନ ନୁହେଁ ବୋଲି କହିଛନ୍ତି। ମା’ ମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏବଂ ସେମାନେ ଆର୍ଥିକ ଭାବେ ସ୍ବଚ୍ଛଳ ନ ଥିବା କାରଣରୁ ଏହି ଯୋଜନା ଫଳପ୍ରଦ ହେବ ନାହିଁ ବୋଲି ବିଶେଷଜ୍ଞମାନେ କହିଛନ୍ତି।

୨୦୨୪ର ପ୍ରଥମ ୬ ମାସ ମଧ୍ୟରେ ରୁଷିଆରେ କେବଳ ୫,୯୯,୬୦୦ ଶିଶୁ ଜନ୍ମ ହୋଇଥିଲେ। ଗତ ୨୫ ବର୍ଷର ରୁଷିଆ ଇତିହାସରେ ଏହି ସଂଖ୍ୟା ସବୁଠୁ କମ୍‌ ଥିଲା। ୧୯୯୦ ଦଶକର ଆରମ୍ଭରେ ରୁଷିଆର ଜନସଂଖ୍ୟା ୧୪.୮ କୋଟି ଥିବା ବେଳେ ଏବେ ଏହା କମି ୧୪.୬ କୋଟିରେ ପହଞ୍ଚିଛି। ଜାତିସଂଘର ଅନୁମାନ ଅନୁଯାୟୀ, ୨୧୦୦ ମସିହା ବେଳକୁ ରୁଷିଆର ଜନସଂଖ୍ୟା ଆହୁରି ହ୍ରାସ ପାଇ ୭.୪ କୋଟିରୁ ୧୧.୨ କୋଟି ମଧ୍ୟରେ ରହିପାରେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri