Posted inଖେଳ

ରୁଷୀୟ ହକି ଖେଳାଳି ପୋଲାଣ୍ଡରେ ଅଟକ

ଓ୍ବାରସ (ପୋଲାଣ୍ଡ), ୧।୭(ଏପି): ଗୁପ୍ତଚର କାର୍ଯ୍ୟକଳାପରେ ଲିପ୍ତ ଥିବା ସନ୍ଦେହରେ ପୋଲାଣ୍ଡ କର୍ତ୍ତୃପକ୍ଷ ରୁଷିଆର ଜଣେ ହକି ଖେଳାଳିଙ୍କୁ ଅଟକ ରଖିଛନ୍ତି। ଏହି ଖେଳାଳି ଜଣକ ପୋଲାଣ୍ଡର ଏକ ପ୍ରଥମ ଶ୍ରେଣୀ ଲିଗ୍‌ କ୍ଲବରୁ ଖେଳନ୍ତି। ଦେଶର ବିଚାର ବିଭାଗ ମନ୍ତ୍ରୀ ତଥା ଚିଫ୍‌ ପ୍ରସିକ୍ୟୁଟର ଜିବିଗ୍‌୍‌ନ୍ୟୁ ଜିଓବ୍ରୋ ଏ ସୂଚନା ଦେଇଛନ୍ତି। ଖେଳାଳି ଜଣଙ୍କୁ ଜୁନ୍‌ ୧୧ରେ ଗିରଫ କରାଯାଇଛି। ସେ ଏକ ସ୍ପାଏ ନେଟ୍‌ଓ୍ବର୍କର ୧୪ତମ ସଦସ୍ୟ ବୋଲି ସନ୍ଦେହ କରାଯାଉଛି। ସେ ପୋଲାଣ୍ଡର ସ୍ବାର୍ଥ ବିରୋଧରେ କାର୍ଯ୍ୟ କରୁଥିବା ବିଦେଶୀ ଗୋଇନ୍ଦା ସଂସ୍ଥା ଏବଂ ଏକ ସଂଗଠିତ ଅପରାଧ ଗୋଷ୍ଠୀର ସଦସ୍ୟ ଭାବେ କାର୍ଯ୍ୟ କରିଥାନ୍ତି। ଏଭଳି କାର୍ଯ୍ୟରେ ଲିପ୍ତ ବ୍ୟକ୍ତିଙ୍କୁ ୧୦ବର୍ଷ ଜେଲ ଦଣ୍ଡର ବ୍ୟବସ୍ଥା ରହିଛି। ଦେଶର ନ୍ୟୁଜ୍‌ ଏଜେନ୍ସି ‘ପାପ୍‌’ର କହିବା ଅନୁସାରେ, ରୁଷିଆ ସଂଗଠିତ ଅପରାଧ ଗୋଷ୍ଠୀକୁ ୟୁକ୍ରେନ୍‌କୁ ସଂଯୋଗ କରୁଥିବା ରେଳପଥ ଉପରେ ନଜର ରଖିବା କ୍ଷେତ୍ରରେ ବ୍ୟବହାର କରୁଛି। ରୁଷିଆର ଆକ୍ରମଣ ବିରୋଧରେ ୟୁକ୍ରେନକୁ ସହାୟତା କରିବାକୁ ଯାଇ ପାଶ୍ଚାତ୍ୟ ଦେଶଗୁଡ଼ିକ ପୋଲାଣ୍ଡରେ ଅସ୍ତ୍ରଶସ୍ତ୍ର ଠୁଳ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?