ଆମେରିକାର ଚେତାବନୀ, ବେଜିଂ ଅଲିମ୍ପିକ୍ସ ସମୟରେ ୟୁକ୍ରେନ ଉପରେ ଆକ୍ରମଣ କରିପାରେ ରୁଷିଆ

ୱାଶିଂଟନ,୧୨ ।୨: ୟୁକ୍ରେନ୍ ମାମଲାରେ ରୁଷିଆ ସହ ପଶ୍ଚିମ ଦେଶର ତୁତୁ ମେମେ ଜାରି ରହିଛି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ଜର୍ମାନ ଚାନସଲର ଓଲାଫ ସ୍କୋଲ୍‌ଜ ଓ ଫ୍ରାନ୍ସ ରାଷ୍ଟ୍ରପତି ଇମୈନୁଏଲ ମ୍ୟାକ୍ରୋ ସମେତ ପଶ୍ଚିମ ଦେଶର ନେତାମାନେ ରୁଷିଆକୁ ଚେତାବନୀ ଦେଇ କହିଛନ୍ତି, ଯଦି ସେ ୟୁକ୍ରେନ୍ ଉପରେ ଆକ୍ରମଣ କରେ ତେବେ ତା’ ଉପରେ କଡା ପ୍ରତିବନ୍ଧକ ଲଗାଯିବ ।
ହ୍ୱାଇଟ ହାଉସ ମଧ୍ୟ ଏହାକୁ ନେଇ ନିଜର ବୟାନ ଜାରି କରିଛି । ହ୍ୱାଇଟ ହାଉସ କହିଛି, ଯେମିତି ଭାବେ ପୁଟିନ ତାଙ୍କ ସେନାକୁ ଗଢିଛନ୍ତି ଓ ସେମାନଙ୍କୁ ୟୁକ୍ରେନରେ ମୁତୟନ କରିଛନ୍ତି, ଆମକୁ ମିଳିଥିବା ଗୁଇନ୍ଦା ରିପୋର୍ଟରୁ ସ୍ପଷ୍ଟ ହୋଇଛି ଯେ, ରୁଷିଆ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ । ଏହା ଖୁବଶୀଘ୍ର ହୋଇପାରେ । ଶୀତକାଳିନ ଅଲିମ୍ପିକ୍ସ ଶେଷ ହେବା ପୂର୍ବରୁ ରୁଷିଆର ସାମରିକ କାର୍ଯ୍ୟାନୁଷ୍ଠାନ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ବେଜିଂ ଅଲିମ୍ପିକ୍ସ ଶେଷ ହେବା ପୂର୍ବରୁ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ୟୁକ୍ରେନ୍ ଉପରେ ଆକ୍ରମଣ କରିବାକୁ ନିର୍ଦ୍ଦେଶ ଦେଇପାରନ୍ତି ।
ଏହାସହ ହ୍ୱାଇଟ ହାଉସ ପକ୍ଷରୁ ଆହୁରି ସୂଚନା ଦିଆଯାଇଛି କି ରୁଷିଆ ସହ ଲଢିବା ପାଇଁ ଜର୍ମାନୀ, ପୋଲାଣ୍ଡ, ଅର୍ମେନିଆରେ ଅବସ୍ଥାପିତ ଆମେରିକା ସେନାଙ୍କୁ ୟୁକ୍ରେନ ପଠାଯାଇନହିଁ । ସେମାନେ ନାଟୋ ଅଞ୍ଚଳକୁ ଆକ୍ରମଣ ବିରୋଧରେ ରକ୍ଷା କରିବାକୁ ଯାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri