ନିପ୍ରୋରେ ରୁଷିଆର ମିଶାଇଲ ଆକ୍ରମଣରେ ୨୫ରୁ ଅଧିକ ୟୁକ୍ରେନ ନାଗରିକ ମୃତ

କ୍ୱିଭ,୧୬ ।୧: ଦକ୍ଷିଣ ପୂର୍ବ ୟୁକ୍ରେନ ସହର ନିପ୍ରୋରେ ରବିବାର ରୁଷିଆ ପକ୍ଷରୁ ହୋଇଥିବା ମିଶାଇଲ ଆକ୍ରମଣରେ ୨୫ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କି କହିଛନ୍ତି ରୁଷିଆ ଏକ ଘରୋଇ କୋଠାକୁ ଟାର୍ଗେଟ କରି ଏହି ମିଶାଇଲ ମାଡ କରିଛି । ରବିବାର ବିଳମ୍ବିତ ସନ୍ଧ୍ୟା ସୁଦ୍ଧା ୨୫ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା । ଜେଲେନସ୍କି କହିଛନ୍ତି ଏହି ଆକ୍ରମଣରେ ୭୩ ଲୋକ ଆହତ ହୋଇଛନ୍ତି । ୩୯ଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଏହାସହ ୪୩ ଜଣ ନିଖୋଜ ଅଛନ୍ତି ।
ୟୁକ୍ରେନର ସେନା ମୁଖ୍ୟ ଜେନରାଲ ୱାଲେରି ଜେଲୁଝନି କହିଛନ୍ତି, ରୁଷିଆ ଶନିବାର ରାତିଠାରୁ ସାରା ଦେଶରେ ମିଶାଇଲ ଆକ୍ରମଣ କରି ଚାଲିଛି । ଶନିବାର ରାତି ରବିବାର ଦ୍ୱିପ୍ରହର ପର୍ଯ୍ୟନ୍ତ ରୁଷିଆ ପ୍ରାୟ ୧୦୦ରୁ ଅଧିକ ମିଶାଇଲ ମାଡ କରିଛି । ଏଥିମଧ୍ୟରୁ ୩୩ରୁ ଅଧିକ ମିଶାଇଲ ରାଜଧାନୀ କ୍ୱିଭରେ ପଡିଛି । ଏହାରି ଭିତରୁ ୨୧ଟିକୁ ଏୟାର ଡିଫେନ୍ସ ସିଷ୍ଟମ ଆକାଶରେ ହିଁ ନଷ୍ଟ କରି ଦେଇଛି । ୟୁକ୍ରେନ୍ ବାୟୁସେନା କହିଛି ନିପ୍ରୋରେ କେଏଚ-୨୨ ମିଶାଇଲ ଦ୍ୱାରା ଆକ୍ରମଣ କରାଯାଇଛି । ୟୁକ୍ରେନ୍ ଏୟାର ଡିଫେନ୍ସ ସିଷ୍ଟମ ଏହାକୁ ଇଣ୍ଟରସେପ୍ଟ କରିପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?