ଫିନଲାଣ୍ଡ ମୁହାଁ ରୁଷିଆ କ୍ଷେପଣାସ୍ତ୍ର…

ମସ୍କୋ, ୧୩।୪ : ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଫିନଲାଣ୍ଡ ନାଟୋ ଦେଶଗୁଡ଼ିକର ନିକଟତର ହେବାରେ ଲାଗିଛି। ଫଳରେ ୟୁକ୍ରେନ୍‌ ପରେ ଏବେ ଫିନଲାଣ୍ଡ୍‌ ଉପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିନ୍‌ଙ୍କ ନଜର ରହିଛି। ପୁଟିନ୍‌ ସରକାର ଫିନଲାଣ୍ଡକୁ ଚେତାବନୀ ଦେବା ପରେ ନିଜର କ୍ଷେପଣାସ୍ତ୍ର ପ୍ରଣାଳୀକୁ ଏହାର ସୀମା ମୁହାଁ କରିଛନ୍ତି। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ଖୁବ୍‌ ଶୀଘ୍ର ରୁଷିଆ ଫିନଲାଣ୍ଡ୍‌ ଉପରେ ଆକ୍ରମଣ କରିବାର ଆଶଙ୍କା କରାଯାଉଛି।

ଏହା ପୂର୍ବରୁ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଫିନଲାଣ୍ଡ ସଂସଦକୁ ସମ୍ବୋଧିତ କରୁଥିବା ସମୟରେ ଫିନଲାଣ୍ଡ ଉପରେ ସାଇବର ଆକ୍ରମଣ ହୋଇଥିଲା। ଏହା ସହିତ ରୁଷିଆ ବିମାନ ଫିନଲାଣ୍ଡ ଆକାଶ ମାର୍ଗ ସୀମାକୁ ଉଲ୍ଲଂଘନ କରିଥିଲା। ଫିନଲାଣ୍ଡର ପ୍ରତିରକ୍ଷା ମନ୍ତ୍ରଣାଳୟ ଟୁଇଟ୍‌ କରି କହିଛି ଯେ ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ପ୍ରତିରକ୍ଷା ମନ୍ତ୍ରଣାଳୟର ୱେବସାଇଟ ଉପରେ ଆକ୍ରମଣ କରାଯାଇଛି। ଆକ୍ରମଣ ଖବର ପାଇବା ପରେ ୱେବସାଇଟ ବନ୍ଦ ହୋଇଯାଇଥିଲା।

ସମଗ୍ର ଘଟଣାର ତଦନ୍ତ ଚାଲିଛି। ଘଟଣାର ତଦନ୍ତ ପରେ ୱେବସାଇଟ ପୁଣି କାର୍ଯ୍ୟ ଆରମ୍ଭ କରିଛି। ସରକାରୀ ୱେବସାଇଟରେ ସାଇବର ଆକ୍ରମଣ ପୂର୍ବରୁ ଫିନଲାଣ୍ଡ ରିପୋର୍ଟ କରିଛି ଯେ ରୁଷିର ଏକ ଆଇଏଲ୍‌-୯୬-୩୦୦ ତିନି ମିନିଟ ପାଇଁ ଆକାଶ ସୀମାକୁ ଉଲ୍ଲଂଘନ କରିଛି। ଫିନଲାଣ୍ଡର ଆକାଶ ମାର୍ଗରେ ପହଞ୍ଚିବାର କିଛି ସମୟ ପରେ ବିମାନଟି ଫେରି ଯାଇଛି। ଫିନଲାଣ୍ଡ ରୁଷିଆ ମଧ୍ୟରେ ୧୩୦୦ କିଲୋମିଟର ସୀମା ରହିଛି। ଫିନଲାଣ୍ଡ ୟୁକ୍ରେନ ସହିତ ବନ୍ଧୁ ଭାବେ ଛିଡା ହୋଇଛି।

ଆଗାମୀ କିଛି ମାସ ମଧ୍ୟରେ ଫିନଲାଣ୍ଡ ନାଟୋ ଦେଶମାନଙ୍କ ସହିତ ଯୋଗ ଦେଇପାରେ। ଫିନଲାଣ୍ଡ୍‌ ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଯେ ପୁଟିନ୍‌ କ୍ରୋଧ ପ୍ରକାଶ କରି ସାଇବର ଆକ୍ରମଣ ଏବଂ ବାୟୁସୀମା ଉଲ୍ଲଂଘନ କରାଇ ଭୟଭୀତ କରିବାକୁ ଚେଷ୍ଟା କରୁଛନ୍ତି। ବିଶେଷଜ୍ଞମାନଙ୍କ ଅନୁସାରେ ଫିନଲାଣ୍ଡ ନାଟୋ ଦେଶଗୁଡିକର ନିକଟତର ହେବା ଦ୍ୱାରା ରୁଷିଆର ପରବର୍ତ୍ତୀ ଶିକାର ହୋଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି।

ଖବରକାଗଜ ଡେଲି ମେଲ ଅନୁସାରେ ଅପଲୋଡ ହୋଇଥିବା ଏକ ଭିଡ଼ିଓରେ ରୁଷିଆ କ୍ଷେପଣାସ୍ତ୍ର ପ୍ରଣାଳୀ ଫିନଲାଣ୍ଡ ସୀମାକୁ ସଂଯୋଗ କରୁଥିବା ରାସ୍ତାରେ ଯାଉଥିବାର ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri