ଝୁଲାପୋଲ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରୁଷିଆ ରାଷ୍ଟ୍ରପତି

ମସ୍କୋ,୩୧।୧୦: ଗୁଜରାଟର ମୋର୍‌ବି ସହରରେ ଝୁଲାପୋଲ ଭାଙ୍ଗିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାରବର୍ଗଙ୍କୁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ସମବେଦନା ଜଣାଇଛନ୍ତି। ସୋମବାର କ୍ରେମଲିନ ୱେବସାଇଟରେ ପ୍ରକାଶିତ ଏକ ବାର୍ତ୍ତାରେ ପୁଟିନ କହିଛନ୍ତି, ଏହା ଏକ ଦୁଃଖଦ ଘଟଣା। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରିୟଜନ ଏବଂ ବନ୍ଧୁମାନଙ୍କୁ ସମବେଦନା ଜଣାଉଛି। ଏଥିସହ ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି।
ନେପାଳର ପ୍ରଧାନମନ୍ତ୍ରୀ ଶେର ବାହାଦୁର ଦେଉବା ମଧ୍ୟ ମୋର୍‌ବିରେ ହୋଇଥିବା ଝୁଲାପୋଲ ଦୁର୍ଘଟଣାକୁ ନେଇ ସମବେଦନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଦେଓବା କହିଛନ୍ତି, ଗୁଜରାଟର ମୋର୍‌ବିରେ ହୋଇଥିବା ପୋଲ ଦୁର୍ଘଟଣାକୁ ନେଇ ମୁଁ ଗଭୀର ଦୁଃଖିତ। ଏହି ଦୁର୍ଘଟଣାରେ ବହୁମୂଲ୍ୟ ଜୀବନ ହରାଇଥିବାରୁ ଆମେ ଭାରତ ସରକାର ଏବଂ ଭାରତବାସୀଙ୍କୁ ହୃଦୟରୁ ସମବେଦନା ଜଣାଉଛୁ। ଆମର ସମବେଦନା ଓ ପ୍ରାର୍ଥନା ଶୋକସନ୍ତପ୍ତ ପରିବାର ସହିତ ଅଛି।
ସୂଚନାଯୋଗ୍ୟ, ଗୁଜରାଟ ମୋର୍‌ବିରେ ଝୁଲା ପୋଲ ଭାଙ୍ଗି ଯିବାରୁ ଏ ପର୍ଯ୍ୟନ୍ତ ୧୪୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହେଲାଣି। ଏବେବି ହସ୍ପିଟାଲରେ ଅନେକ ଗୁରୁତରଙ୍କ ଚିକିତ୍ସା ଚାଲିଛି। ମୃତ୍ୟୁ ସଂଖ୍ୟା ଆହୁରି ବଢିବାର ଆଶଙ୍କା କରାଯାଉଛି। ଛଠ୍‌ ପୂଜା ପାଇଁ ଝୁଲା ପୋଲ ଉପରେ ୪୦୦ରୁ ଅଦତ୍କ ଲୋକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri