ଏକ ଘରିକିଆ ହୋଇଯାଇଛନ୍ତି ପୁଟିନ୍‌

ମସ୍କୋ, ୭ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ଯୁଦ୍ଧ ଛାଡ଼ି ଅହିଂସା ଉପାୟରେ ସମାଧାନର ବାଟ ଫିଟାଇବା ଦିଗରେ ଯାହା କିଛି ଆବଶ୍ୟକ, ଭାରତ ତାହା କରିବ ବୋଲି ମୋଦି ଜେଲେନ୍‌ସ୍କିଙ୍କୁ କହିଛନ୍ତି। ଏହାର ଦିନକ ପରେ ହ୍ବାଇଟ୍‌ ହାଉସ୍‌ ପ୍ରେସ୍‌ ସେକ୍ରେଟାରୀ କ୍ୟାରିନ୍‌ ଜିନ୍‌-ପିଏରେ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ଅନ୍ତର୍ଜାତୀୟ ସମୁଦାୟ ଏକ ଘରିକିଆ କରିଦେଇଛନ୍ତି। ରୁଷିଆର ଆକ୍ରମଣ ବିରୋଧରେ ମୁହଁ ଖୋଲିବା ଏବଂ କୂଟନୈତିକ ଉପାୟରେ ମସ୍କୋ ଉପରେ ଚାପ ପକାଇବା ପାଇଁ ଆମେ ବିଭିନ୍ନ ରାଷ୍ଟ୍ରକୁ ଆରମ୍ଭରୁ କହିଆସିଛୁ। ପୁଟିନ୍‌ ବାରମ୍ବାର ଆଣବିକ ଅସ୍ତ୍ର ପ୍ରୟୋଗର ଧମକ ଦେଉଛନ୍ତି। ତାଙ୍କ ନିଷ୍ପତ୍ତି କୌଣସି ସହାନୁଭୂତି ପାଇବା ଯୋଗ୍ୟ ନୁହେଁ। ୟୁକ୍ରେନ୍‌ ନିଜ ସାର୍ବଭୌମତ୍ୱ ପାଇଁ ଲଢ଼େଇ କରୁଛି। କେବଳ ଆମେରିକା ନୁହେଁ, ସାରା ବିଶ୍ୱରେ ଆମ ସହଯୋଗୀ ଦେଶଗୁଡ଼ିକ କିଭ୍‌ ସହ ଛିଡ଼ା ହୋଇଛନ୍ତି। ପ୍ରକାଶ ଯେ, ଏହା ପୂର୍ବରୁ ସମରକନ୍ଦରେ ଆୟୋଜିତ ସାଂଘାଇ ସହଯୋଗ ସଙ୍ଗଠନ (ଏସ୍‌ସିଓ) ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ପୁଟିନ୍‌ଙ୍କୁ ‘ଏହା ଯୁଦ୍ଧର ଯୁଗ ନୁହେଁ’ ବୋଲି ପରାମର୍ଶ ଦେଇଥିଲେ। ସେତେବେଳେ ମଧ୍ୟ ଆମେରିକା ମୋଦିଙ୍କ ମନ୍ତବ୍ୟକୁ ପ୍ରଶଂସା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri