Posted inଜାତୀୟ

ମୋଦିଙ୍କ ସହ କଥା ହେଲେ ରୁଷିଆ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୮ ।୯: ଚାଇନା ସହ ଲାଗି ରହିଥିବା ସୀମା ବିବାଦ ମଧ୍ୟରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁତିନ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି । ପୁତିନ ରୁଷିଆ ଓ ଭାରତ ମଧ୍ୟରେ ବିଶେଷ ଓ ବିଶେଷାଧିକାର ପ୍ରାପ୍ତ ସାମରିକ ଭାଗିଦାରିକୁ ଆହୁରି ମଜଭୁତ କରିବାକୁ କଥା ଦେଇଥିବା ବିଷୟକୁ ପୁଣିଥରେ ମନେ ପକାଇଥିଲେ । ଏହାସହ କରୋନା ସଂକ୍ରମଣ ପରେ ବି ଦ୍ୱିପାକ୍ଷିତ କଥାବାର୍ତ୍ତା ଜାରି ରହିଥିବାରୁ ପୁତିନ ଏହାର ପ୍ରଶଂସା କରିଥିଲେ । ଏହି ସୂଚନା ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଛି । ବୈଦେଶିକ ମନ୍ତ୍ରଣାଳୟ କହିଛି ଚଳିତ ବର୍ଷ ରୁଷିଆ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏସ୍‌ସିଓ ଓ ବ୍ରିକ୍ସ ସମ୍ମିଳନୀକୁ ନେଇ ପୁତିନଙ୍କୁ ଧନ୍ୟବାଦ ଦେଇଥିଲେ ମୋଦି । ଏହାସହ ଚଳିତ ବର୍ଷ ଶେଷକୁ ଆୟୋଜିତ ହେବାକୁ ଥିବା ଏସ୍‌ସିଓ ଓ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଉତ୍ସାହିତ ଥିବା ପ୍ରକାଶ କରିଥିଲେ । ଏହାପରେ ଭାରତ ଦ୍ୱାରା ଆୟୋଜିତ ହେବାକୁ ଥିବା ଏସ୍‌ସିଓ ସମ୍ମିଳନୀର ଶାସନାଧ୍ୟକ୍ଷ ପରିଷଦଙ୍କ ସହ କଥା ହେବାକୁ ସେ ଇଚ୍ଛା ପ୍ରକାଶ କରିଛନ୍ତି । ମନ୍ତ୍ରଣାଳୟ କହିଛି ପ୍ରଧାନମନ୍ତ୍ରୀ ମୋଦି ଭାରତ ସହ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରି୍‌ଥିବାରୁ ନିଜର ବ୍ୟକ୍ତିଗତ ପ୍ରତିଶ୍ରୁତିକୁ ନେଇ ସେ ପୁତିନଙ୍କୁ ଧନ୍ୟବାଦ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri