Posted inଜାତୀୟ

ମୋଦିଙ୍କ ସହ କଥା ହେଲେ ରୁଷିଆ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୮ ।୯: ଚାଇନା ସହ ଲାଗି ରହିଥିବା ସୀମା ବିବାଦ ମଧ୍ୟରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁତିନ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି । ପୁତିନ ରୁଷିଆ ଓ ଭାରତ ମଧ୍ୟରେ ବିଶେଷ ଓ ବିଶେଷାଧିକାର ପ୍ରାପ୍ତ ସାମରିକ ଭାଗିଦାରିକୁ ଆହୁରି ମଜଭୁତ କରିବାକୁ କଥା ଦେଇଥିବା ବିଷୟକୁ ପୁଣିଥରେ ମନେ ପକାଇଥିଲେ । ଏହାସହ କରୋନା ସଂକ୍ରମଣ ପରେ ବି ଦ୍ୱିପାକ୍ଷିତ କଥାବାର୍ତ୍ତା ଜାରି ରହିଥିବାରୁ ପୁତିନ ଏହାର ପ୍ରଶଂସା କରିଥିଲେ । ଏହି ସୂଚନା ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଛି । ବୈଦେଶିକ ମନ୍ତ୍ରଣାଳୟ କହିଛି ଚଳିତ ବର୍ଷ ରୁଷିଆ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏସ୍‌ସିଓ ଓ ବ୍ରିକ୍ସ ସମ୍ମିଳନୀକୁ ନେଇ ପୁତିନଙ୍କୁ ଧନ୍ୟବାଦ ଦେଇଥିଲେ ମୋଦି । ଏହାସହ ଚଳିତ ବର୍ଷ ଶେଷକୁ ଆୟୋଜିତ ହେବାକୁ ଥିବା ଏସ୍‌ସିଓ ଓ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଉତ୍ସାହିତ ଥିବା ପ୍ରକାଶ କରିଥିଲେ । ଏହାପରେ ଭାରତ ଦ୍ୱାରା ଆୟୋଜିତ ହେବାକୁ ଥିବା ଏସ୍‌ସିଓ ସମ୍ମିଳନୀର ଶାସନାଧ୍ୟକ୍ଷ ପରିଷଦଙ୍କ ସହ କଥା ହେବାକୁ ସେ ଇଚ୍ଛା ପ୍ରକାଶ କରିଛନ୍ତି । ମନ୍ତ୍ରଣାଳୟ କହିଛି ପ୍ରଧାନମନ୍ତ୍ରୀ ମୋଦି ଭାରତ ସହ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରି୍‌ଥିବାରୁ ନିଜର ବ୍ୟକ୍ତିଗତ ପ୍ରତିଶ୍ରୁତିକୁ ନେଇ ସେ ପୁତିନଙ୍କୁ ଧନ୍ୟବାଦ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ଏମ୍‌ପି ଟିକେଟ୍‌ କାଟିଦେଲେ, ତଥାପି ଦୁଃଖ ନାହିଁ: ଶାହାଙ୍କୁ କହିଲେ ଆଧୁନିକ ଭାରତର ଆଇରନ ମ୍ୟାନ୍‌

ଲକ୍ଷ୍ନୌ,୧୯।୪: ଏଥର ଦଳ ଉତ୍ତରପ୍ରଦେଶର ବାଲିଆ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି ଏମ୍‌ପି ବୀରେନ୍ଦ୍ର ସିଂ ମସ୍ତଙ୍କୁ ଟିକେଟ ଦେଇନାହାଁନ୍ତି। ଦଳ ପୂର୍ବତନ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri