ସାମ୍ବାଦିକଙ୍କ ଉପରେ ପ୍ରତିବନ୍ଧକ ଲଗାଇଲେ ପୁଟିନ୍‌!

ମସ୍କୋ,୧୫।୧୧: ରୁଷିଆରେ ଆଗକୁ ନିର୍ବାଚନ ଆସୁଥିବାବେଳେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦେଶରେ ନୂଆ ନିୟମ ଲାଗୁ କରିଛନ୍ତି। ପୁଟିନ ଦେଶରେ ମିଡିଆ କଭରେଜ ଉପରେ ପ୍ରତିବନ୍ଧକ ଲଗେଇଛନ୍ତି। ରାଷ୍ଟ୍ରପତି ନିର୍ବାଚନକୁ ନିୟନ୍ତ୍ରିତ କରୁଥିବା ନିୟମରେ ପରିବର୍ତ୍ତନ ଆଣିଛନ୍ତି ପୁଟିନ। ଅନ୍ତର୍ଜାତୀୟ ଗଣମାଧ୍ୟମ ଦ୍ୱାରା ଏହି ସୂଚନା ମିଳିଛି। ମାର୍ଚ୍ଚରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ଏହି ନିୟମ କଡାକଡି ଭାବେ ପାଳନ ହେବ।
ପୁଟିନ ସମ୍ବିଧାନରେ ସଂଶୋଧନ କରି ନୂଆ ନିୟମ କରିଛନ୍ତି। ନିୟମ ଅନୁଯାୟୀ, ସରକାରଙ୍କ ଦ୍ୱାରା ପଞ୍ଜୀକୃତ ମିଡିଆ ସଂସ୍ଥାନ ଦ୍ୱାରା ନିଯୁକ୍ତ ହୋଇଥିବା ସାମ୍ବାଦିକଙ୍କୁ ନିର୍ବାଚନ ଓ ନିର୍ବାଚନ ଆୟୋଗଙ୍କ ବୈଠକ କଭରେଜ ପାଇଁ ଅନୁମତି ଦିଆଯିବ। ଏହି ନିୟମ ଲାଗୁ ହେବା ଦ୍ୱାରା ନିର୍ବାଚନ କଭରେଜ ପାଇଁ ରୁଷିଆରେ ଫ୍ରିଲାନ୍ସର ବା ସ୍ବତନ୍ତ୍ର ସାମ୍ବାଦିକଙ୍କ ଉପରେ ପ୍ରତିବନ୍ଧକ ଲଗାଯାଇଛି। କ୍ଷେତ୍ରୀୟ ଓ ସୈନ୍ୟ ଅଧିକାରୀଙ୍କ ଅନୁମତି ବିନା ସୈନ୍ୟ ଶିବିର କିମ୍ବା ନିର୍ମାଚନ କଭରେଜ କରିପାରିବେ ନାହିଁ।
ଦୀର୍ଘ ୨୪ବର୍ଷ ଧରି ରୁଷିଆ ଶାସନ ଗାଦି ସମ୍ଭାଳିଥିବା ପୁଟିନ ଆଗାମୀ ନିର୍ବାଚନରେ ପାଇଁ ପୁଣି ଜଣେ ପ୍ରାର୍ଥୀଙ୍କୁ ମଇଦାନକୁ ଓହ୍ଲାଇବେ। ନିର୍ବାଚନ ଜିତିଗଲେ ପୁଟିନ ପୁଣି ୬ବର୍ଷ ପାଇଁ ଶାସନ ଗାଦି ମାଡି ବସିବେ। ତେବେ ପୁଟିନ ନିର୍ବାଚନ ଲଡିବେ କି ନାହିଁ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ। ସଂସଦ ଦ୍ୱାରା ଔପଚାରିକ ଭାବେ ନିର୍ବାଚନ ତାରିଖ ଘୋଷଣା ହେବା ପରେ ସେ ଏସମ୍ପର୍କରେ ଘୋଷଣା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri