ୟୁକ୍ରେନର ସ୍କୁଲ-ସାଂସ୍କୃତିକ କେନ୍ଦ୍ର ଉପରେ ଆକ୍ରମଣ: ୨୧ ମୃତ

କ୍ୱିଭ୍‌,୧୭।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୨୨ ଦିନରେ ପହଞ୍ଚିଛି। ୟୁକ୍ରେନ ଉପରେ ଏବେ ବି ରୁଷିଆ ସୈନ୍ୟ ରକେଟ ଓ ମିଶାଇଲ ମାଡ଼ କରୁଥିବା ବେଳେ ଗୁରୁବାର ଦେଶର ୩ଟି ସହରରେ ବଡ଼ ଆକ୍ରମଣ ହୋଇଛି। ପ୍ରଥମ ଆକ୍ରମଣ ରାଷ୍ଟ୍ରପତି ଭବନଠାରୁ ପ୍ରାୟ ଅଢ଼େଇ କିଲୋମିଟର ଦୂରରେ ଥିବା ଏକ ଆବାସିକ ଅଟ୍ଟାଳିକା ଉପରେ ହୋଇଥିବା ବେଳେ ଦ୍ୱିତୀୟଟି ଖାର୍କ୍ୱିଭ ଉପକଣ୍ଠରେ ଥିବା ଏକ ସ୍କୁଲ ଏବଂ ସାଂସ୍କୃତିକ କେନ୍ଦ୍ରରେ ହୋଇଛି। ସେହିପରି ରୁଷୀୟ ସୈନ୍ୟଙ୍କ ପକ୍ଷରୁ ତୃତୀୟ ଆକ୍ରମଣ ମାରିୟୂପୋଲରେ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ପୂର୍ବ ୟୁକ୍ରେନ ସହରରେ ରୁଷିଆ ସୈନ୍ୟଙ୍କ ପକ୍ଷରୁ ହୋଇଥିବା ଗୁଳିମାଡ଼ରେ ପ୍ରାୟ ୨୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ଜଣ ଆହତ ହୋଇଛନ୍ତି। ତେବେ ଆହତଙ୍କ ମଧ୍ୟରୁ ୧୦ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଏନେଇ ଆଞ୍ଚଳିକ ଅଧିକାରୀ ଏକ ଫେସବୁକ ପୋଷ୍ଟରେ ସୂଚନା ଦେଇଛନ୍ତି। ଉକ୍ତ ପୋଷ୍ଟ ସହ ସେ ଏକ ଫଟୋ ମଧ୍ୟ ଶେୟାର କରିଛନ୍ତି। ଯେଉଁଥିରେ ଆକ୍ରମଣ ହେତୁ କୋଠାର ଅନେକ ମହଲା ନଷ୍ଟ ହୋଇଯାଇଥିବାର ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri