ୟୁକ୍ରେନର ସ୍କୁଲ-ସାଂସ୍କୃତିକ କେନ୍ଦ୍ର ଉପରେ ଆକ୍ରମଣ: ୨୧ ମୃତ

କ୍ୱିଭ୍‌,୧୭।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୨୨ ଦିନରେ ପହଞ୍ଚିଛି। ୟୁକ୍ରେନ ଉପରେ ଏବେ ବି ରୁଷିଆ ସୈନ୍ୟ ରକେଟ ଓ ମିଶାଇଲ ମାଡ଼ କରୁଥିବା ବେଳେ ଗୁରୁବାର ଦେଶର ୩ଟି ସହରରେ ବଡ଼ ଆକ୍ରମଣ ହୋଇଛି। ପ୍ରଥମ ଆକ୍ରମଣ ରାଷ୍ଟ୍ରପତି ଭବନଠାରୁ ପ୍ରାୟ ଅଢ଼େଇ କିଲୋମିଟର ଦୂରରେ ଥିବା ଏକ ଆବାସିକ ଅଟ୍ଟାଳିକା ଉପରେ ହୋଇଥିବା ବେଳେ ଦ୍ୱିତୀୟଟି ଖାର୍କ୍ୱିଭ ଉପକଣ୍ଠରେ ଥିବା ଏକ ସ୍କୁଲ ଏବଂ ସାଂସ୍କୃତିକ କେନ୍ଦ୍ରରେ ହୋଇଛି। ସେହିପରି ରୁଷୀୟ ସୈନ୍ୟଙ୍କ ପକ୍ଷରୁ ତୃତୀୟ ଆକ୍ରମଣ ମାରିୟୂପୋଲରେ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ପୂର୍ବ ୟୁକ୍ରେନ ସହରରେ ରୁଷିଆ ସୈନ୍ୟଙ୍କ ପକ୍ଷରୁ ହୋଇଥିବା ଗୁଳିମାଡ଼ରେ ପ୍ରାୟ ୨୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ଜଣ ଆହତ ହୋଇଛନ୍ତି। ତେବେ ଆହତଙ୍କ ମଧ୍ୟରୁ ୧୦ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଏନେଇ ଆଞ୍ଚଳିକ ଅଧିକାରୀ ଏକ ଫେସବୁକ ପୋଷ୍ଟରେ ସୂଚନା ଦେଇଛନ୍ତି। ଉକ୍ତ ପୋଷ୍ଟ ସହ ସେ ଏକ ଫଟୋ ମଧ୍ୟ ଶେୟାର କରିଛନ୍ତି। ଯେଉଁଥିରେ ଆକ୍ରମଣ ହେତୁ କୋଠାର ଅନେକ ମହଲା ନଷ୍ଟ ହୋଇଯାଇଥିବାର ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri