ୟୁକ୍ରେନ ପ୍ରତିରକ୍ଷା ମନ୍ତ୍ରଣାଳୟର ଦାବି, ଜୀବନ ବଞ୍ଚାଇବାକୁ ଆତ୍ମ ସମର୍ପଣ କରୁଛନ୍ତି ରୁଷିଆ ସେନା

କ୍ୱିଭ,୮।୪: ରୁଷିଆ ଯୁକ୍ରେନ ମଧ୍ୟରେ ଯୁଦ୍ଧକୁ ଏବେ ବର୍ଷରୁ ଅଧିକ ସମୟ ହୋଇ ସାରିଛି। ହେଲେ ଏବେ ପର୍ଯ୍ୟନ୍ତ କେହି ପଛକୁ ହଟିବାକୁ ରାଜି ନୁହଁନ୍ତି। ଉଭୟ ଦେଶ ବିଜୟ ଧ୍ୱଜା ଉଡାଇବାକୁ ପ୍ରାଣପଣେ ଚେଷ୍ଟା ଚଳାଇଛନ୍ତି। ଏହାରି ଭିତରେ ୟୁକ୍ରେନର ପ୍ରତିରକ୍ଷା ମନ୍ତୟଣାଳୟ ଦାବି କରିଛି ଯେ ରୁଷିଆ ସେନା ଦ୍ରୁତ ଗତିରେ ଆତ୍ମ ସମର୍ପଣ କରୁଛନ୍ତି। ୟୁକ୍ରେନର ପ୍ରତିରକ୍ଷା ମନ୍ତ୍ରୀ ଦାବି କରିଛନ୍ତି କି ରୁଷିଆ ସେନା ବହୁ ପରିମାଣରେ ଆତ୍ମ ସମର୍ପଣ କରୁଛନ୍ତି। ବହୁ ଅଧିକ ସଂଖ୍ୟାରେ ରୁଷିଆ ସେନା ନିଜ ଜୀବନ ବଞ୍ଚାଇବାକୁ ଆତ୍ମ ସମର୍ପଣ କରିବାକୁ ଚାହୁଁଛନ୍ତି। ସେ ଦାବି କରିଛନ୍ତି କି କେତେଜଣ ରୁଷିଆ ସେନା ଯୁଦ୍ଧ କ୍ଷେତ୍ରରେ ୟୁକ୍ରେନ ସେନା ହାତରେ ଧରାପଡିଛନ୍ତି।
ୟୁକ୍ରେନ ଅଧିକାରୀମାନେ ଦାବି କରିଛନ୍ତି କି ଗତ ମାସରେ ପ୍ରାୟ ୩ ହଜାର ରୁଷିଆ ସେନା ଆତ୍ମ ସମର୍ପଣ କରିବାକୁ ଅପିଲ କରିଛନ୍ତି। ସେ କହିଛନ୍ତି ଗତ ମାସ ଅପେକ୍ଷା ଏହା ଦ୍ୱିଗୁଣା ବୃଦ୍ଧି ହୋଇଛି। ସୂଚନାଯୋଗ୍ୟ, ୟୁକ୍ରେନର ଯୁଦ୍ଧ ବନ୍ଦୀଙ୍କ ପାଇଁ କାମ କରୁଥିବା ମୁଖ୍ୟାଳୟ, ୟୁକ୍ରେନ୍‌ ପ୍ରତିରକ୍ଷା ମନ୍ତ୍ରଣାଳୟ ଓ ୟୁକ୍ରେନର ଗୁଇନ୍ଦା ବିଭାଗ ମିଳିତ ଭାବେ ଏକ ହଟ ଲାଇନ ଆରମ୍ଭ କରିଛନ୍ତି, ଯେଉଁଥିରେ ଆତ୍ମ ସମର୍ପଣ କରୁଥିବା ସେନା ଅପିଲ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri