ଜେଲେନ୍‌ସ୍କିଙ୍କ ସହରରେ ମିଶାଇଲ ମାଡ଼: ୧୧ ନିହତ

କିଭ୍‌,୧୪ା୬: ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କ ସହର କ୍ରିଭି ରିହରେ ସୋମବାର ରାତିରେ ରୁଷୀୟ ସୈନ୍ୟ ତୁହାକୁ ତୁହା ମିଶାଇଲ ଆକ୍ରମଣ କରିଛନ୍ତି। କ୍ଷେପଣାସ୍ତ୍ର ମାଡ଼ରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୨୮ ଆହତ ହୋଇଛନ୍ତି। ଭଗ୍ନାବଶେଷ ତଳେ କେତେଜଣ ଫସିରହିଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ରେସ୍କ୍ୟୁ ଅପରେଶନ୍‌ ଜାରି ରହିଥିବା କ୍ରିଭି ରିହ ମେୟର ଓଲେକ୍‌ସାଣ୍ଡାର ଭିଲକୁଲ କହିଛନ୍ତି।
୨୦୨୨ ଫେବୃୟାରୀ ୨୪ରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ନିଜ ସୈନ୍ୟଙ୍କୁ ୟୁକ୍ରେନ୍‌ ଉପରେ ଆକ୍ରମଣ ନିର୍ଦ୍ଦେଶ ଦେବା ପରଠୁ ୟୁକ୍ରେନୀୟ ସୁରକ୍ଷା ବଳ ପାଶ୍ଚାତ୍ୟରୁ ମିଳିଥିବା ଅସ୍ତ୍ରଶସ୍ତ୍ର ବ୍ୟବହାର କରି ଅନେକ ଅଞ୍ଚଳକୁ ପୁନଃ ଦଖଲ ଉଦ୍ୟମ ଜାରି ରଖିଛି। ଏଭଳି ସ୍ଥିତିରେ କ୍ରିଭି ରିହକୁ ରୁଷିଆର ଟାଗେର୍ଟକୁ ଜେଲେନ୍‌ସ୍କି ଆତଙ୍କବାଦୀ ଆକ୍ରମଣ ଭାବେ ଅଭିହିତ କରିଛନ୍ତି। ରୁଷୀୟ ହତ୍ୟାକାରୀମାନେ ଆକାଶମାର୍ଗରୁ ଆବାସିକ କୋଠାଗୁଡ଼ିକୁ ଟାର୍ଗେଟ କରିଥିବା ସେ କହିଛନ୍ତି। ଇତିମଧ୍ୟରେ ୟୁକ୍ରେନ୍‌ ସୈନ୍ୟ ଡୋନେସ୍କ ଅଞ୍ଚଳର ବାଖ୍‌ମୁଟ୍‌ ସହର ବାହାରେ ଅଗ୍ରସର ହୋଇ ଜବାବୀ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ପୁଟିନ୍‌ କହିଛନ୍ତି, ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ କିଭ୍‌କୁ ଯୋଗାଇଦେଇଥିବା ସାମରିକ ଯାନଗୁଡ଼ିକ ମଧ୍ୟରୁ ୨୫ରୁ ୩୦% ଯୁଦ୍ଧରେ ନଷ୍ଟ ହୋଇସାରିଲାଣି। ଗତ ସପ୍ତାହରେ ନୋଭା କାଖୋଭ୍‌କା ଡ୍ୟାମ୍‌ ଭୁଶୁଡ଼ିବା ପଛରେ କିଭ୍‌ର ହାତ ରହିଛି। ଆମେରିକା ନିର୍ମିତ ହିମାର୍ସ ମିଶାଇଲ ସିଷ୍ଟମ୍‌ ଜରିଆରେ ୟୁକ୍ରେନୀୟ ସୈନ୍ୟ ଏହାକୁ ଧ୍ୱସ୍ତବିଧ୍ୱସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?