ପାକିସ୍ତାନ ରାଜନୀତିରେ ରୁଷିଆର ଏଣ୍ଟ୍ରି, ଇମ୍ରାନ୍‌ଙ୍କୁ ରୁଷିଆ ଗସ୍ତ ପାଇଁ କରାଯାଇଛି କ୍ଷମତା ଚ୍ୟୁତ …

ମସ୍କୋ, ୧୩।୬ : ବର୍ତ୍ତମାନ ରୁଷିଆ ମଧ୍ୟ ପାକିସ୍ତାନର ରାଜନୈତିକ ସଙ୍କଟରେ ଏଣ୍ଟ୍ରି କରିଛି। ପାକିସ୍ତାନରେ ଅବସ୍ଥାପିତ ଥିବା ରୁଷିଆର ରାଷ୍ଟ୍ରଦୂତ ଡାନିଲା ଗାନିଚ ଦାବି କରିଛନ୍ତି ଯେ ଇମ୍ରାନ ଖାନ ରୁଷିଆ ଗସ୍ତ କରିଥିବାରୁ ତାଙ୍କୁ କ୍ଷମତା ଚ୍ୟୁତ କରାଯାଇ ତାଙ୍କ ସରକାରର ପତନ ଘଟାଯାଇଛି। ଇମ୍ରାନ ଖାନଙ୍କ ପତନ ବିଷୟରେ ଏକ ସାକ୍ଷାତକାରରେ ରୁଷିଆର ରାଷ୍ଟ୍ରଦୂତ ଏହି ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ୟ ଦାବି କରିଛନ୍ତି ଯେ ଇମ୍ରାନ ଖାନଙ୍କ ସରକାରର ପତନରେ ଆମେରିକାର ଷଡଯନ୍ତ୍ର ରହିଛି।

ରୁଷିଆର ରାଷ୍ଟ୍ରଦୂତ କହିଛନ୍ତି, ଇମ୍ରାନ ଖାନ ଜଣେ ସଚ୍ଚୋଟ ବ୍ୟକ୍ତି ଏବଂ ସେ ତାଙ୍କ ଦେଶର ଲୋକଙ୍କ ମଙ୍ଗଳ ଚାହୁଁଛନ୍ତି। ରାଷ୍ଟ୍ରଦୂତ ଡାନିଲା କହିଛନ୍ତି ଯେ ୟୁକ୍ରେନ ନାଟୋରେ ଯୋଗଦେବ ବୋଲି ଘୋଷଣା କରିଛି। ୟୁକ୍ରେନ ନାଟୋରେ ଯୋଗଦେବା ହେଉଛି ରୁଷିଆର ସାର୍ବଭୌମତ୍ୱ ଉପରେ ଆକ୍ରମଣ। ଏହାପୂର୍ବରୁ କରାଚିରେ ରୁଷିଆର କନସୁଲ ଜେନେରାଲ କହିଥିଲେ ଯେ ଯଦି ପାକିସ୍ତାନ ସରକାର ଯୋଗାଯୋଗ କରନ୍ତି ତେବେ ତାଙ୍କ ଦେଶ ପାକିସ୍ତାନକୁ ଶସ୍ତା ତେଲ ଦେବାକୁ ପ୍ରସ୍ତୁତ।

ରୁଷିଆର କନସୁଲ ଜେନେରାଲ ଏହା ମଧ୍ୟ ନିଶ୍ଚିତ କରିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ମସ୍କୋ ଗସ୍ତ ସମୟରେ ତୈଳ କାରବାର ଉପରେ ଆଲୋଚନା କରଥିଲେ। ସେ କହିଛନ୍ତି ଯେ ରୁଷିା ଉପରେ ଲାଗୁ ହୋଇଥିବା ପ୍ରତିବନ୍ଧକ ପାକିସ୍ତାନ ସହ ବାଣିଜି୍ୟକ ସମ୍ପର୍କ ଉପରେ ପ୍ରଭାବ ପକାଇବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri