ପାକିସ୍ତାନ ରାଜନୀତିରେ ରୁଷିଆର ଏଣ୍ଟ୍ରି, ଇମ୍ରାନ୍‌ଙ୍କୁ ରୁଷିଆ ଗସ୍ତ ପାଇଁ କରାଯାଇଛି କ୍ଷମତା ଚ୍ୟୁତ …

ମସ୍କୋ, ୧୩।୬ : ବର୍ତ୍ତମାନ ରୁଷିଆ ମଧ୍ୟ ପାକିସ୍ତାନର ରାଜନୈତିକ ସଙ୍କଟରେ ଏଣ୍ଟ୍ରି କରିଛି। ପାକିସ୍ତାନରେ ଅବସ୍ଥାପିତ ଥିବା ରୁଷିଆର ରାଷ୍ଟ୍ରଦୂତ ଡାନିଲା ଗାନିଚ ଦାବି କରିଛନ୍ତି ଯେ ଇମ୍ରାନ ଖାନ ରୁଷିଆ ଗସ୍ତ କରିଥିବାରୁ ତାଙ୍କୁ କ୍ଷମତା ଚ୍ୟୁତ କରାଯାଇ ତାଙ୍କ ସରକାରର ପତନ ଘଟାଯାଇଛି। ଇମ୍ରାନ ଖାନଙ୍କ ପତନ ବିଷୟରେ ଏକ ସାକ୍ଷାତକାରରେ ରୁଷିଆର ରାଷ୍ଟ୍ରଦୂତ ଏହି ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ୟ ଦାବି କରିଛନ୍ତି ଯେ ଇମ୍ରାନ ଖାନଙ୍କ ସରକାରର ପତନରେ ଆମେରିକାର ଷଡଯନ୍ତ୍ର ରହିଛି।

ରୁଷିଆର ରାଷ୍ଟ୍ରଦୂତ କହିଛନ୍ତି, ଇମ୍ରାନ ଖାନ ଜଣେ ସଚ୍ଚୋଟ ବ୍ୟକ୍ତି ଏବଂ ସେ ତାଙ୍କ ଦେଶର ଲୋକଙ୍କ ମଙ୍ଗଳ ଚାହୁଁଛନ୍ତି। ରାଷ୍ଟ୍ରଦୂତ ଡାନିଲା କହିଛନ୍ତି ଯେ ୟୁକ୍ରେନ ନାଟୋରେ ଯୋଗଦେବ ବୋଲି ଘୋଷଣା କରିଛି। ୟୁକ୍ରେନ ନାଟୋରେ ଯୋଗଦେବା ହେଉଛି ରୁଷିଆର ସାର୍ବଭୌମତ୍ୱ ଉପରେ ଆକ୍ରମଣ। ଏହାପୂର୍ବରୁ କରାଚିରେ ରୁଷିଆର କନସୁଲ ଜେନେରାଲ କହିଥିଲେ ଯେ ଯଦି ପାକିସ୍ତାନ ସରକାର ଯୋଗାଯୋଗ କରନ୍ତି ତେବେ ତାଙ୍କ ଦେଶ ପାକିସ୍ତାନକୁ ଶସ୍ତା ତେଲ ଦେବାକୁ ପ୍ରସ୍ତୁତ।

ରୁଷିଆର କନସୁଲ ଜେନେରାଲ ଏହା ମଧ୍ୟ ନିଶ୍ଚିତ କରିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ମସ୍କୋ ଗସ୍ତ ସମୟରେ ତୈଳ କାରବାର ଉପରେ ଆଲୋଚନା କରଥିଲେ। ସେ କହିଛନ୍ତି ଯେ ରୁଷିା ଉପରେ ଲାଗୁ ହୋଇଥିବା ପ୍ରତିବନ୍ଧକ ପାକିସ୍ତାନ ସହ ବାଣିଜି୍ୟକ ସମ୍ପର୍କ ଉପରେ ପ୍ରଭାବ ପକାଇବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?