ରୁଷିଆର ଅନ୍ତହୀନ ପାପ

କିଭ୍‌,୯ା୪: ୟୁକ୍ରେନ୍‌ର କ୍ରାମାଟୋର୍ସ୍କ ରେଳ ଷ୍ଟେଶନକୁ ଶୁକ୍ରବାର ରୁଷୀୟ ସୈନ୍ୟ ଟାର୍ଗେଟ କରିଛନ୍ତି। ଆକାଶମାର୍ଗରୁ ରକେଟ ମାଡ଼ରେ ଏହା ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ଆକ୍ରମଣ ସମୟରେ ସେଠାରେ ହଜାର ହଜାର ଲୋକ ଥିଲେ। ସେମାନଙ୍କ ମଧ୍ୟରୁ ୫୦ ଜଣ ନିହତ ଓ ଶତାଧିକ ଆହତ ହୋଇଛନ୍ତି। ମୃତାହତଙ୍କ ମଧ୍ୟରେ କେତେଜଣ ଶିଶୁ ଓ ମହିଳା ମଧ୍ୟ ଥିଲେ। ଏହି ବର୍ବରତାକୁ ୟୁକ୍ରେନ୍‌ ସମେତ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ଦୃଢ଼ ନିନ୍ଦା କରିଥିବାବେଳେ ରକେଟ ମାଡ଼ ପଛରେ ନିଜ ସମ୍ପୃକ୍ତିକୁ ମସ୍କୋ ଖଣ୍ଡନ କରିଛି।
ରୁଷିଆର ୟୁକ୍ରେନ୍‌ ଆକ୍ରମଣକୁ ଦେଢ଼ମାସ ପୂରିଛି। ଆମେରିକା ସମେତ ୟୁରୋପୀୟ ରାଷ୍ଟ୍ରଗୁଡ଼ିକର କଟକଣା ସତ୍ତ୍ୱେ ମସ୍କୋ ପଛଘୁଞ୍ଚା ଦେବାର ନାଁ ନେଉନାହିଁ। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରତିଶୋଧପରାୟଣ ହୋଇ ଦିନକୁ ଦିନ ଅଧିକ ଉଗ୍ର ହେବାରେ ଲାଗିଛନ୍ତି। ଶୁକ୍ରବାର ପୂର୍ବ ୟୁକ୍ରେନ୍‌ର କ୍ରାମାଟୋର୍ସ୍କ ରେଳ ଷ୍ଟେଶନରୁ ୟୁକ୍ରେନୀୟମାନେ ପ୍ରାଣ ବିକଳରେ ପଡ଼ୋଶୀ ଦେଶଗୁଡ଼ିକୁ ପଳାୟନ କରୁଥିବାବେଳେ ପୁଟିନ୍‌ଙ୍କ ସୈନ୍ୟ ସେଠାରେ ରକେଟ ମାଡ଼ କରିଥିଲେ। ଷ୍ଟେଶନ ଜନଗହଳିପୂର୍ଣ୍ଣ ଥିବାରୁ ଅନୂ୍ୟନ ୫୦ ଜଣ ପ୍ରାଣ ହରାଇଥିବା ସରକାରୀ ରେଲଓ୍ବେ କମ୍ପାନୀ ପକ୍ଷରୁ କୁହାଯାଇଛି। ଏଥିସହ ଶତାଧିକ ଆହତ ହୋଇଛନ୍ତି। ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଏହାକୁ ‘ଅନ୍ତହୀନ ପାପ’ ବୋଲି ଅଭିହିତ କରିଛନ୍ତି। ସାଧାରଣ ଜନତାଙ୍କୁ ରୁଷିଆର ଟାର୍ଗେଟକୁ ରୋକା ନ ଗଲେ ଏଭଳି ଅମାନବୀୟ ବର୍ବରତା ବଢ଼ିଚାଲିଥିବ ବୋଲି ସେ କହିଛନ୍ତି। ଇତିମଧ୍ୟରେ ଆମେରିକା ଭଳି ବ୍ରିଟେନ୍‌ ମଧ୍ୟ ପୁଟିନ୍‌ଙ୍କ ଦୁଇଝିଅ କାଟେରିନା ଟିଖୋନୋଭା ଏବଂ ମାରିଆ ଭୋରୋଣ୍ଟସୋଭାଙ୍କ ଉପରେ କଟକଣା ଜାରି କରିଛି। ତୁର୍କୀ, ବ୍ରିଟେନ୍‌ ଓ ଇଟାଲୀର ବହିର୍ବ୍ୟାପାର ମନ୍ତ୍ରୀମାନେ ଇସ୍ତାନବୁଲରେ ରୁଷିଆର ୟୁକ୍ରେନ୍‌ ଆକ୍ରମଣ ସମ୍ପର୍କରେ ଆଲୋଚନା କରିଛନ୍ତି। ଜାପାନ ୮ ରୁଷୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିଛି। ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ଜର୍ମାନୀ ଚାନ୍‌ସେଲର ଓଲାଫ୍‌ ସ୍କୋଲ୍‌ଜଙ୍କ ସହ ଆଲୋଚନା କରିଛନ୍ତି। ୟୁରୋପୀୟ କମିଶନ ମୁଖ୍ୟ ଉର୍ସୁଲା ଭୋନ୍‌ ଡେର ଲେୟେନ୍‌ ୟୁକ୍ରେନ୍‌ ରାଷ୍ଟ୍ରପତି ଜେଲେନ୍‌ସ୍କିଙ୍କ ସହ ଆଲୋଚନା ପାଇଁ କିଭ୍‌ ଗସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri