Posted inଖେଳ

ସଚିନଙ୍କ ସମକକ୍ଷ ହେଲେ ଋତୁରାଜ

ପୁଣେ,୨।୫ : ଆଇପିଏଲ୍‌ ଇତିହାସରେ ଦ୍ରୁତତମ ବ୍ୟାଟର ଭାବେ ୧ ହଜାର ରନ୍‌ ପୂରଣ କରିବାରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓପନର ଋତୁରାଜ ଗାଏକ୍ୱାଡ ରବିବାର କିମ୍ବଦନ୍ତୀ ବ୍ୟାଟର ସଚିନ ତେନ୍ଦୁଲକରଙ୍କ ସମକକ୍ଷ ହୋଇଛନ୍ତି। ସନରାଇଜର୍ସ ହାଇଦ୍ରାବାଦ୍‌ ବିପକ୍ଷରେ ୫୭ ବଲରେ ୯୯ ରନ୍‌ର ପାଳି ଅବସରରେ ଗାଏକ୍ୱାଡ ଏହି ସଫଳତା ପାଇଛନ୍ତି। ତାଙ୍କ ଇନିଂସରେ ୬ ଲେଖାଏ ଚୌକା ଓ ଛକା ସାମିଲ ଥିଲା।
ତେବେ ୨୫ ବର୍ଷୀୟ ବ୍ୟାଟର ୩୧ ତମ ଇନିଂସରେ ୧ ହଜାର ରନ୍‌ ପୂରଣ କରିଛନ୍ତି। ତେନ୍ଦୁଲକରଙ୍କୁ ଏହି ମାଇଲଷ୍ଟୋନକୁ ସ୍ପର୍ଶ କରିବା ଲାଗି ସମାନ ସଂଖ୍ୟକ ଇନିଂସ ଲାଗିଥିଲା। ଏହି ତାଲିକାରେ ସୁରେଶ ରାଇନା (୩୪ ଇନିଂସ), ରିଷଭ ପନ୍ତ (୩୫ ଇନିଂସ), ଦେବଦତ୍ତ ପଡିକଲ (୩୫ ଇନିଂସ) ରହିଛନ୍ତି। ଉଲ୍ଲେଖଯୋଗ୍ୟ, ରବିବାର ରାତିରେ ଖେଳାଯାଇଥିବା ହାଇସ୍କୋରିଂ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ସିଏସ୍‌କେ ୧୩ ରନ୍‌ରେ ହରାଇ ୩ୟ ବିଜୟ ହାସଲ କରିଥିଲା। ପ୍ରଥମେ ବ୍ୟାଟିଂ କରିଥିବା ଚେନ୍ନାଇ ଦୁଇ ଓପନର ଋତୁରାଜ ଗାଏକ୍ୱାଡ (୯୯) ଓ ଡେଭନ କନଓ୍ବେ (୮୫*)ଙ୍କ ଦମ୍‌ରେ ୨୦ ଓଭରରେ ୨ ଉଇକେଟ ହରାଇ ୨୦୨ ରନ୍‌ କରିଥିଲା। ଜବାବରେ ନିକୋଲାସ ପୁରନ(୬୪*)ଙ୍କ ଅପରାଜିତ ଅର୍ଦ୍ଧଶତକୀୟ ଇନିଂସ ସତ୍ତ୍ୱେ ସନରାଇଜର୍ସ ହାଇଦ୍ରାବାଦ ୨୦ ଓଭରରେ ୬ ଉଇକେଟରେ ୧୮୯ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ବିଜୟୀ ଦଳ ପାଇଁ ମୁକେଶ ଚୌଧାରୀ ୪ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri