Posted inଖେଳ

ଆୟର୍ଲାଣ୍ଡ ଆଗରେ ୧୮୬ ରନ୍‌ର ଟାର୍ଗେଟ୍‌

ଡବଲିନ,୨୦।୮: ଡବଲିନ୍‌ ଦ ଭିଲେଜ୍‌ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଆୟର୍ଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୮୫ ରନ୍‌ କରିବାରେ ସକ୍ଷମ ହୋଇଛି। ଫଳରେ ଆୟର୍ଲାଣ୍ଡ ଆଗରେ ୧୮୬ ରନ୍‌ର ବିଜୟ ଟାର୍ଗେଟ ରଖିଛି ଭାରତ।

ଭାରତର ଦୁଇ ଓପନର ଯଶସ୍ବୀ ଜୈସ୍ବାଲ ଏବଂ ଋତୁରାଜ ଗାଏକ୍ୱାଡ୍‌ ବ୍ୟାଟିଂ କରିବାକୁ ଆସି ଭଲ ଆରମ୍ଭ ଦେଇଥିଲେ। ହେଲେ ଜୈସ୍ବାଲ ୧୭ ରନ୍‌ କରି ଆଉଟ୍‌ ହୋଇଥିବା ବେଳେ ଗାଏକ୍ୱାଡ୍‌ ଧୈର୍ଯ୍ୟର ସହ ବ୍ୟାଟିଂ କରି ରନ୍‌ ଆଗକୁ ନେଇଥିଲେ। ସେ ୪୩ ବଲ୍‌ରେ ୫୮ ରନ୍‌ର(୬ ଚଉକା ଏବଂ ୧ଛକା) ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ତିଲକ୍‌ ବର୍ମା ୧ ରନ୍‌ରେ ବିଫଳ ହୋଇଥିବା ବେଳେ ଉଇକେଟ କିପର ସଞ୍ଜୁ ସାମସନ୍‌ ୨୬ ବଲ୍‌ରେ ୪୦ ରନ୍‌ କରିଥିଲେ। ଶେଷ ୨ ଓଭରରେ ରିଙ୍କୁ ସିଂ ଏବଂ ଶିଭମ୍‌ ଦୁବେ ବିସ୍ଫୋରକ ଇନିଂସ୍‌ ଖେଳିଥିଲେ। ରିଙ୍କୁ ୨୧ ବଲ୍‌ରେ(୨ ଚଉକା ଏବଂ ୩ ଛକା ) ୩୮ ରନ୍‌ କରିଥିବା ବେଳେ ଶିଭମ୍‌ ୧୬ ବଲ୍‌ରେ ୨୨ ରନ୍‌ କରି ନଟ୍‌ଆଉଟ ରହିଥିଲେ। ଫଳରେ ଭାରତ ୧୮୫ ରନ୍‌ କରିବାରେ ସଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri