ଋତୁରାଜ ମାଝି କୋକସରା ବ୍ଲକ ଆତ୍ମା ଅଧ୍ୟକ୍ଷ ନିର୍ବାଚିତ

କୋକସରା, ୯।୧୦ (ଡି.ଏନ.ଏ.)
କଳାହାଣ୍ଡି ଜିଲା କୋକସରା ବ୍ଲକ କୃଷି ସୂଚନା ଓ ପରାମର୍ଶ ବିଭାଗ ଦ୍ୱାରା ଗୋଷ୍ଠୀ କୃଷକ ପରାମର୍ଶଦାତା କମିଟିର ନୂତନ ଅଧ୍ୟକ୍ଷ ପାଇଁ ଗୁରୁବାର ବ୍ଲକ ସଭାଗୃହଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବ୍ଲକ ଗୋଷ୍ଠୀ କୃଷି ଅଧିକାରୀ ସୁବ୍ରତ କୁମାର ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ସବ୍ୟାରାଣୀ ବାଗ ଓ ବ୍ଲକର ସମସ୍ତ ପଞ୍ଚାୟତର ଆତ୍ମା କମିଟି ସଦସ୍ୟ ଉପସ୍ଥିତ ରହିଥିଲେ। ଋତୁରାଜ ମାଝିଙ୍କୁ ସର୍ବସମ୍ମତିକ୍ରମେ ଆତ୍ମାର ଅଧ୍ୟକ୍ଷ ଭାବେ ମନୋନୀତ କରାଯାଇଥିଲା। ବୈଠକରେ ପୂର୍ବତନ ଆତ୍ମା ଅଧ୍ୟକ୍ଷ ବ୍ୟୋମକେଶ ପଣ୍ଡା, ବ୍ଲକ କୃଷି ଅଧିକାରୀ ଘନଶ୍ୟାମ ଦେହୁରୀ, ସମବାୟ ବ୍ୟାଙ୍କ ଅଧିକାରୀ ଇନ୍ଦ୍ରମଣି ଧାଙ୍ଗଡାମାଝି, ବ୍ଲକ ମତ୍ସ୍ୟ ଅଧିକାରୀ ଲଳିତ ମହାନନ୍ଦ, ସିଡିପିଓ ଜୟନ୍ତୀ ମହାନନ୍ଦ, ଉଦ୍ୟାନ ଅଧିକାରୀ ତପନ ପାତ୍ର ଉପସ୍ଥିତ ଥିଲେ। ବ୍ଲକରେ କୃଷିର ବିକାଶ ଦିଗରେ ସେ ପ୍ରୟାସ ଜାରି ରଖିବେ ବୋଲି ନିର୍ବାଚନ ପରେ ଋତୁରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ସରକାରୀ ଚାକିରି ଛାଡ଼ି ଗରିବଙ୍କ ସେବା ପାଇଁ ଆଗେଇଲେ ଡାକ୍ତର ଇଶିକା, କେସିଙ୍ଗାରେ ଖୋଲିଲେ କ୍ଲିନିକ

କେସିଙ୍ଗା,୧୧।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଆଦର୍ଶ ଥାନା ପାର୍ଶ୍ଵରେ ଡା ଇଶିକା ଅଗ୍ରୱାଲଙ୍କ ତତ୍ୱାବଧାନରେ ଏକ ଅଗ୍ରୱାଲ ହେଲଥ କେୟାର କ୍ଲିନିକ ରବିବାର ଉଦଘାଟନ…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?