Posted inଖେଳ

ବେସ୍‌ଲାଇନ୍‌ ଭେଞ୍ଚର୍ସ ସହ ଋତୁରାଜଙ୍କ ଚୁକ୍ତି

ନୂଆଦିଲ୍ଲୀ: ଉଦୀୟମାନ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ ଋତୁରାଜ ଗାଏକ୍ୱାଡ ସ୍ପୋଟର୍‌ସ ମାର୍କେଟିଂ ଓ ଟ୍ୟାଲେଣ୍ଟ ମ୍ୟାନେଜମେଣ୍ଟ ଫାର୍ମ ବେସ୍‌ଲାଇନ୍‌ ଭେଞ୍ଚର୍ସ ସହ ବହୁବର୍ଷ ପାଇଁ ଚୁକ୍ତି କରିଛନ୍ତି। ଏହି ଫାର୍ମ କ୍ରିକେଟରଙ୍କ ବ୍ୟବସାୟିକ ସ୍ବାର୍ଥ ବୁଝାଶୁଝା କରିବ। ପୁଣେରେ ଜନ୍ମଗ୍ରହଣ କରିଥିବା ଗାଏକ୍ୱାଡ ୨୦୧୬ରେ ଝାଡ଼ଖଣ୍ଡ ବିପକ୍ଷରେ ତାଙ୍କର ପ୍ରଥମଶ୍ରେଣୀ ପଦାର୍ପଣ କରିଥିଲେ। ଏହାପରଠାରୁ ଏହି ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ ତାଙ୍କ ପ୍ରଥମଶ୍ରେଣୀ କ୍ୟାରିୟରରେ ୬ ଶତକ ଏବଂ ୪ ଅର୍ଦ୍ଧଶତକ ହାସଲ କରିଛନ୍ତି। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୧୯ ଖେଳାଳି ନିଲାମ ବେଳେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଏହି ୨୩ ବର୍ଷୀୟ କ୍ରିକେଟରଙ୍କୁ ୨୦ ଲକ୍ଷ ଟଙ୍କାରେ କ୍ରୟ କରିଥିଲା। ଚଳିତ ସିଜନରେ ଲିଗ୍‌ରେ ଟିମ୍‌ର ଶେଷ ତିନୋଟି ମ୍ୟାଚରେ ସେ କ୍ରମାଗତ ୩ ଅର୍ଦ୍ଧଶତକ ହାସଲ କରିଛନ୍ତି। ୨୦୨୦ ସିଜନରେ ଏହି ଯୁବ ଖେଳାଳି ୬ଟି ମ୍ୟାଚ୍‌ରେ ୫୧.୦୦ ଆଭରେଜ ସହ ୨୦୪ ରନ ସ୍କୋର କରିଛନ୍ତି। ଭାରତୀୟ ଦଳରୁ ପ୍ରତିନିଧିତ୍ୱ ନ କରି ଆଇପିଏଲ୍‌ରେ ପ୍ରଥମ ଖେଳାଳିଭାବେ ସେ କ୍ରମାଗତ ତିନୋଟି ଅର୍ଦ୍ଧଶତକ ହାସଲ କରିବା ଗୌରବ ଅର୍ଜନ କରିଛନ୍ତି। ଆମ ଦେଶର କେତେଜଣ ବଡ଼ ବଡ଼ ଆଥଲେଟ୍‌ଙ୍କ ପ୍ରତିନିଧିତ୍ୱ କରିଥାଏ ବେସ୍‌ଲାଇନ୍‌। ମୋ ପାଇଁ ଏହି କମ୍ପାନୀ ପ୍ରତିନିଧିତ୍ୱ କରୁଥିବାରୁ ମୁଁ ବେଶ୍‌ ଉତ୍ସାହିତ ବୋଲି କହିଛନ୍ତି ଋତୁରାଜ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri