ବିଜେଡିକୁ ନେଇ ବିସ୍ଫୋରକ ବୟାନ ଦେଲେ ଅରବିନ୍ଦ ଢ଼ାଲି, ପାଣ୍ଡିଆନ ଥିଲେ…

ଭୁବନେଶ୍ୱର,୨।୮:  ମମତା ମହାନ୍ତ ଭାଜପାରେ  ମିଶିବାକୁ ନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି ଭାଜପା ନେତା ଅରବିନ୍ଦ ଢ଼ାଲି। ସେ କହିଛନ୍ତିି ବିଜେଡି ବସା ଖାଲି ହୋଇଯିବ। ଭବିଷ୍ୟତରେ ବିଜେଡି ରହିବନି, ଚାହିଁଲେ ବି ରଖିପାରିବେନି।
ଜାତୀୟ ଦଳର ବିଲୟ ହୁଏନି, ଆଞ୍ଚଳିକ ଦଳର ବିଲୟ ହୁଏ। ଯିଏ ଆଞ୍ଚଳିକ ଦଳ ଗଢ଼ିଥାଏ, ଅସୁସ୍ଥ ବା ଆଉକଣ ହେଲେ ଦଳ ରୁହେନି। ବିଜେଡିରେ ବାକ ସ୍ବାଧୀନତା ନାହିଁ, ସୁପ୍ରିମୋଙ୍କୁ ଦେଖା କରିପାରିବେ ନାହିଁ। ମୁଁ ବିଜେଡିରେ କୋଣଠେସା ହୋଇ ରହିଥିଲି, କୌଣସି ବାକ୍ ସ୍ୱାଧୀନତା ନ ଥିଲା ବିଜେଡିରେ ସମସ୍ତେ ଅସନ୍ତୁଷ୍ଟ ଥିଲେ, ପାଣ୍ଡିଆନ ସର୍ବେସର୍ବା ଥିଲେ।
ଗୁରୁବାର ମମତା ମହନ୍ତ  ଭାଜପା ଦିଲ୍ଲୀ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଏହି ସମୟରେ ସାଧାରଣ ସଂପାଦକ ଅରୁଣ ସିଂ, ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ସହ ବହୁ ନେତା ଉପସ୍ଥିତ ଥିଲେ। ମମତା ବୁଧବାର ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସହ ରାଜ୍ୟ ସଭା ଏମ୍‌ପି ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ।
ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଜଣାଶୁଣା। ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇ ନ ଥିବା ବେଳେ ସେ ଅଧାରୁ ଇସ୍ତଫା ଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ୨୦୨୬ ପର୍ଯ୍ୟନ୍ତ ଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ଭାରତ ଦେବ ୟୁଆନ୍‌

ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

ଆମେରିକାକୁ ପାଲଟା ଧମକ ଦେଲା ଇରାନ: ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ…

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି।…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri