Posted inଜାତୀୟ

ଆଗାମୀ ନିର୍ବାଚନରେ ଆର୍‌ଭିଏମ୍‌ ବ୍ୟବହାର ହେବନି: ରିଜିଜୁ

ନୂଆଦିଲ୍ଲୀ,୪।୨: ଦେଶରେ ଆଗାମୀ ନିର୍ବାଚନରେ ରିମୋଟ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ୍‌ (ଆର୍‌ଭିଏମ୍‌) ବ୍ୟବହାର ଲାଗି କୌଣସି ପ୍ରସ୍ତାବ ନାହିଁ। ଏହା ପ୍ରବାସୀ ଭାରତୀୟ ଭୋଟରଙ୍କ ନିମନ୍ତେ ବ୍ୟବହାର ପାଇଁ ମଧ୍ୟ ପ୍ରସ୍ତାବ ନ ଥିବା ଲୋକ ସଭାରେ ଆଇନମନ୍ତ୍ରୀ କିରେନ ରିଜିଜୁ ଶୁକ୍ରବାର କହିଛନ୍ତି। ଚଳିତ ବର୍ଷ ବିଭିନ୍ନ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଆସନ୍ତା ବର୍ଷ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ପ୍ରବାସୀ ଭାରତୀୟ ଭୋଟରଙ୍କ ପାଇଁ ଆର୍‌ଭିଏମ୍‌ ବ୍ୟବହାରର ପ୍ରସ୍ତାବ ନ ଥିବା ନିର୍ବାଚନ କମିଶନ ଜଣାଇଦେଇଛନ୍ତି ବୋଲି ମନ୍ତ୍ରୀ କହିଥିଲେ। ରାଜନୈତିକ ଦଳଗୁଡ଼ିକୁ ଚାନ୍ଦା ନିୟନ୍ତ୍ରଣ ଲାଗି କୌଣସି ପ୍ରସ୍ତାବ ନ ଥିବା କେନ୍ଦ୍ର ସରକାର ଶୁକ୍ରବାର ଲୋକ ସଭାରେ କହିଛନ୍ତି। ରାଜନୈତିକ ଦଳଗୁଡ଼ିକୁ ବିଭିନ୍ନ ସୂତ୍ରରୁ ମିଳୁଥିବା ପାଣ୍ଠିକୁ ନିୟନ୍ତ୍ରଣ କରିବା ଲାଗି କୌଣସି ପ୍ରସ୍ତାବ ରହିଛି କି ବୋଲି ଏକ ପ୍ରଶ୍ନର ଉତ୍ତରରେ ଆଇନମନ୍ତ୍ରୀ ଏହା କହିଛନ୍ତି। ନିର୍ବାଚନୀ ପ୍ରକ୍ରିୟାରେ ସଂଶୋଧନ ଜାରି ରହିଛି। ଏନେଇ ନିର୍ବାଚନ କମିଶନ ଦେଇଥିବା ବିଭିନ୍ନ ପ୍ରସ୍ତାବକୁ ସରକାର ଅନୁଧ୍ୟାନ କରିବା ପରେ ବିଭିନ୍ନ ସମୟରେ ଆଇନରେ ସଂଶୋଧନ କରାଯାଇ ଏହାକୁ କାର୍ଯ୍ୟକାରୀ କରାଯାଇଥାଏ ବୋଲି ରିଜିଜୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri