Posted inଜାତୀୟ

ଆଗାମୀ ନିର୍ବାଚନରେ ଆର୍‌ଭିଏମ୍‌ ବ୍ୟବହାର ହେବନି: ରିଜିଜୁ

ନୂଆଦିଲ୍ଲୀ,୪।୨: ଦେଶରେ ଆଗାମୀ ନିର୍ବାଚନରେ ରିମୋଟ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ୍‌ (ଆର୍‌ଭିଏମ୍‌) ବ୍ୟବହାର ଲାଗି କୌଣସି ପ୍ରସ୍ତାବ ନାହିଁ। ଏହା ପ୍ରବାସୀ ଭାରତୀୟ ଭୋଟରଙ୍କ ନିମନ୍ତେ ବ୍ୟବହାର ପାଇଁ ମଧ୍ୟ ପ୍ରସ୍ତାବ ନ ଥିବା ଲୋକ ସଭାରେ ଆଇନମନ୍ତ୍ରୀ କିରେନ ରିଜିଜୁ ଶୁକ୍ରବାର କହିଛନ୍ତି। ଚଳିତ ବର୍ଷ ବିଭିନ୍ନ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଆସନ୍ତା ବର୍ଷ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ପ୍ରବାସୀ ଭାରତୀୟ ଭୋଟରଙ୍କ ପାଇଁ ଆର୍‌ଭିଏମ୍‌ ବ୍ୟବହାରର ପ୍ରସ୍ତାବ ନ ଥିବା ନିର୍ବାଚନ କମିଶନ ଜଣାଇଦେଇଛନ୍ତି ବୋଲି ମନ୍ତ୍ରୀ କହିଥିଲେ। ରାଜନୈତିକ ଦଳଗୁଡ଼ିକୁ ଚାନ୍ଦା ନିୟନ୍ତ୍ରଣ ଲାଗି କୌଣସି ପ୍ରସ୍ତାବ ନ ଥିବା କେନ୍ଦ୍ର ସରକାର ଶୁକ୍ରବାର ଲୋକ ସଭାରେ କହିଛନ୍ତି। ରାଜନୈତିକ ଦଳଗୁଡ଼ିକୁ ବିଭିନ୍ନ ସୂତ୍ରରୁ ମିଳୁଥିବା ପାଣ୍ଠିକୁ ନିୟନ୍ତ୍ରଣ କରିବା ଲାଗି କୌଣସି ପ୍ରସ୍ତାବ ରହିଛି କି ବୋଲି ଏକ ପ୍ରଶ୍ନର ଉତ୍ତରରେ ଆଇନମନ୍ତ୍ରୀ ଏହା କହିଛନ୍ତି। ନିର୍ବାଚନୀ ପ୍ରକ୍ରିୟାରେ ସଂଶୋଧନ ଜାରି ରହିଛି। ଏନେଇ ନିର୍ବାଚନ କମିଶନ ଦେଇଥିବା ବିଭିନ୍ନ ପ୍ରସ୍ତାବକୁ ସରକାର ଅନୁଧ୍ୟାନ କରିବା ପରେ ବିଭିନ୍ନ ସମୟରେ ଆଇନରେ ସଂଶୋଧନ କରାଯାଇ ଏହାକୁ କାର୍ଯ୍ୟକାରୀ କରାଯାଇଥାଏ ବୋଲି ରିଜିଜୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri