ଆର୍‌ଡବ୍ଲ୍ୟୁଏସ୍‌ଏସ୍‌କୁ ସୁହାଉଛି ପ୍ରାକୃତିକ ବିପର୍ଯ୍ୟୟ

ଯାଜପୁର ଅଫିସ,୧୯ା୨:ଯାଜପୁର ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ବିଭାଗର ୧୨୦ଟି ପାଇପ ଜଳ ଯୋଗାଣ ପ୍ରକଳ୍ପ (ପିଡବ୍ଲ୍ୟୁଏସ୍‌) ଗତ ଜୁଲାଇ ଓ ଅଗଷ୍ଟ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିଲା। ଏଥିପାଇଁ ବିଭାଗ ପକ୍ଷରୁ ୧ କୋଟି ୭୬ ଲକ୍ଷ ୨୯ ହଜାର ଟଙ୍କା ଖର୍ଚ୍ଚ ହୋଇଥିବା ଦର୍ଶାଯାଇଥିଲା। ତେବେ ବାସ୍ତବରେ ପ୍ରାୟ ୫୦ଟି ପିଡବ୍ଲ୍ୟୁଏସ୍‌ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିଲା। ଅବଶିଷ୍ଟ ପିଡବ୍ଲ୍ୟୁଏସ୍‌ ମରାମତି ଦର୍ଶାଇ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ହଡପ ହୋଇଥିବା ଅଭିଯୋଗ ହୋଇଛି। ତିତଲି ଓ ଫନି ବାତ୍ୟାରେ ପିଡବ୍ଲ୍ୟଏସ୍‌ ପୁନରୁଦ୍ଧାର କାର୍ଯ୍ୟରେ ପ୍ରାୟ ୧ କୋଟି ୯୦ ଲକ୍ଷ ୮୫ ହଜାର ଟଙ୍କା ଆମତ୍ସାତ୍‌ ହୋଇଥିଲା ବୋଲି ସେତେବେଳେ ଅଭିଯୋଗ ହୋଇଥିଲା। ଏହାବାଦ୍‌ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଯାଜପୁର ଡିଭିଜନର ନିର୍ବାହୀ ଯନ୍ତ୍ରୀ ଦାଖଲ କରିଥିବା ବିନିଯୋଗ ପତ୍ର(ୟୁସି)ରେ ବ୍ୟାପକ ତ୍ରୁଟି ଆମତ୍ସାତ୍‌ ସନ୍ଦେହକୁ ଘନୀଭୂତ କରିଥିଲା। ଯଦ୍ଦ୍ବାରା ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର ଇଞ୍ଜିନିୟର-ଇନ୍‌-ଚିଫ୍‌ ଓଜିଏଫ୍‌ଆର୍‌(ଓଡ଼ିଶା ଜେନେରାଲ ଫାଇନାନ୍ସିଆଲ ରୁଲସ୍‌)-୭-ଏ ର ଉଲ୍ଲଂଘନ ହୋଇଥିବା ଦର୍ଶାଇ ଉଦ୍‌ବେଗ ପ୍ରକାଶ କରିବା ସହିତ ତ୍ରୁଟିପୂର୍ଣ୍ଣ ୟୁସିକୁ ଫେରସ୍ତ କରିଥିଲେ। ଏହି ମହାଦୁର୍ନୀତିରେ ଜିଲାର କେତେଜଣ ଉଚ୍ଚପଦସ୍ଥ ଅଧିକାରୀଙ୍କ ହାତ ଥିବା ସେତେବେଳେ ଚର୍ଚ୍ଚା ହୋଇଥିଲା। ଏହି କ୍ରମରେ ଯାଜପୁର ଜିଲାରେ ପ୍ରାକୃତିକ ବିପର୍ଯ୍ୟୟ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର ଅଧିକାରୀଙ୍କ ପାଇଁ ବରଦାନ ସଦୃଶ ହୋଇଛି ବୋଲି ମତପ୍ରକାଶ ପାଇଛି। ତିତଲି ଓ ଫନି ସହ ଅଗଷ୍ଟ ବନ୍ୟା କ୍ଷୟକ୍ଷତି ଓ ଖର୍ଚ୍ଚକୁ ନେଇ ଏକ ଉଚ୍ଚସ୍ତରୀୟ ତଦନ୍ତ ହେଲେ ବାସ୍ତବ ଚିତ୍ର ଲୋକଲୋଚନକୁ ଆସିବ ବୋଲି ମତ ପ୍ରକାଶ ପାଇଛି।
୨୦୧୮ ଅକ୍ଟୋବର ୧୧ରେ ତିତଲି ବାତ୍ୟା କେତେକ ଜିଲାରେ କ୍ଷୟକ୍ଷତି ସୃଷ୍ଟି କରିଥିଲା। ଜିଲା ଜରୁରିକାଳୀନ ବିଭାଗ ପକ୍ଷରୁ ମିଳିଥିବା ସୂଚନା ମୁତାବକ କେବଳ ଯାଜପୁର, ଦର୍ପଣ ଓ ବ୍ୟାସନଗର ତହସିଲର କେତେକ ଚାଷଜମି କ୍ଷତିଗ୍ରସ୍ତ ହୋଇଥିଲା। ହେଲେ ଏହି ବାତ୍ୟାର ସୁଯୋଗ ନେଇ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର ନିର୍ବାହୀ ଯନ୍ତ୍ରୀ ୧୦୪ ପାଇପ ଜଳ ଯୋଗାଣ ପ୍ରକଳ୍ପ ନଷ୍ଟ ହୋଇଥିବା ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ରିପୋର୍ଟ ଦେଇଥିଲେ। ସେହି ରିପୋର୍ଟରେ ତୁରନ୍ତ ମରାମତି ଓ ପୁନରୁଦ୍ଧାର ପାଇଁ ୨ କୋଟି ୫୦ ଲକ୍ଷ ୩୨ ହଜାର ଟଙ୍କା ଅନୁଦାନ ଦେବାକୁ ଅନୁରୋଧ କରାଯାଇଥିଲା ା ଉକ୍ତ ରିପୋର୍ଟକୁ ଯାଜପୁର ଜିଲାପାଳ ମଧ୍ୟ ସୁପାରିସ କରିଥିଲେ। ଏହାପରେ ଏସ୍‌ଆର୍‌ସି ପାଣ୍ଠିରୁ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ବିଭାଗର ଇଞ୍ଜିନିୟର-ଇନ-ଚିଫ୍‌ଙ୍କ ପତ୍ରସଂଖ୍ୟା ୧୦୫୨ ଓ ୧୮୪୩/୧ା୨ା୨୦୧୯ ଜରିଆରେ ଯାଜପୁର ଆର୍‌ଡବ୍ଲ୍ୟୁଏସ୍‌ଏସ୍‌କୁ ୧ କୋଟି ୫୩ ଲକ୍ଷ ୯୭ ହଜାର ଟଙ୍କା ମିଳିଥିଲା। ସେହି ଅର୍ଥରୁ ୧ କୋଟି ୫୨ ଲକ୍ଷ ୮୫ ହଜାର ଟଙ୍କା ଖର୍ଚ୍ଚ ହୋଇଥିବା ୟୁସିରେ ଦର୍ଶାଯାଇଥିଲା। କିନ୍ତୁ ବାସ୍ତବରେ ଏହିସବୁ ପ୍ରକଳ୍ପ ତିତଲି ବାତ୍ୟା ଯୋଗୁ କ୍ଷତିଗ୍ରସ୍ତ ହୋଇ ନ ଥିଲା। କେବଳ ପ୍ରକଳ୍ପରେ ରଙ୍ଗ ଲଗାଇ ମିଥ୍ୟା ବିଲ୍‌ କରାଯାଇ ସମୁଦାୟ ଟଙ୍କାକୁ ଆମତ୍ସାତ୍‌ କରାଯାଇଥିବା ଅଭିଯୋଗ ସାମ୍‌ନାକୁ ଆସିଥିଲା। ଅନୁରୂପ ଭାବେ ଗତ ଜୁଲାଇ ଓ ଅଗଷ୍ଟରେ ହୋଇଥିବା ବନ୍ୟା ଯୋଗୁ ପ୍ରାୟ ୭୦ଟି ପିଡବ୍ଲ୍ୟୁଏସ୍‌ କ୍ଷତିଗ୍ରସ୍ତ ହୋଇଥିବା ଦର୍ଶାଇ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବାଟମାରଣା ହୋଇଥିବା ସନ୍ଦେହ କରାଯାଉଛି। ବନ୍ୟା ପ୍ରଭାବରେ ବରୀ, ଯାଜପୁର, ବିଞ୍ଝାରପୁର ଓ ଦଶରଥପୁର ବ୍ଲକର କେତେକ ପିଡବ୍ଲ୍ୟୁଏସ୍‌ କ୍ଷତିଗ୍ରସ୍ତ ହୋଇଥିଲା ବୋଲି ସ୍ଥାନୀୟ ଅଞ୍ଚଳବାସୀ କହିଛନ୍ତି। ହେଲେ ମରାମତି ବାବଦରେ ପ୍ରାୟ ଦେଢଲକ୍ଷ ଟଙ୍କା ଖର୍ଚ୍ଚ ହୋଇ ନ ଥିବ ବୋଲି ସେମାନେ କହିଛନ୍ତି। ଏ ସଂକ୍ରାନ୍ତରେ ଯାଜପୁର ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର ନିର୍ବାହୀ ଯନ୍ତ୍ରୀ ମୋତିଲାଲ ତିୱାରୀଙ୍କୁ ପଚାରିବାରୁ ସେ କହିଛନ୍ତି, ମୁଁ ଏଠାରେ ଗତ ଜାନୁୟାରୀ ମାସରେ ଯୋଗଦେଇଛି। ବନ୍ୟା କ୍ଷତିଗ୍ରସ୍ତ ପିଡବ୍ଲ୍ୟୁଏସ୍‌ଏସ୍‌ର ମରାମତି କାମ ଶେଷ ହେଲା ପରେ ୟୁସି ଦାଖଲ ହୋଇ ସାରିଥିବ। ୪୫ ଦିନ ମଧ୍ୟରେ ଏହି କାମ ଶେଷ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?