Posted inଖେଳ

କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଟି-୨୦ ବିଶ୍ୱକପ୍‌ ଦଳରେ ହୋଇଛନ୍ତି ମନୋନୀତ

ନୂଆଦିଲ୍ଲୀ,୧୨।୯: ନେଦରଲ୍ୟାଣ୍ଡର ଭେଟେରାନ କ୍ରିକେଟର ରିୟାନ ଟେନ୍‌ ଡୋସଚାଟେ କ୍ରିକେଟ୍‌କୁ ଅଲବିଦା କହିଛନ୍ତି। ୨୦୨୧ ସିଜନ ଶେଷ ହେବା ପରେ ସେ କ୍ରିକେଟରୁ ବିଦାୟ ନେବେ। ଇଂଲଣ୍ଡ ଘରୋଇ କ୍ରିକେଟ ଏସେକ୍ସର ଦଳ ଏହା ନିଶ୍ଚିତ କରିଛି। ଓମାନ ଏବଂ ୟୁଏଇରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ ପାଇଁ ନେଦରଲ୍ୟାଣ୍ଡ ଦଳରେ ୪୧ ବର୍ଷୀୟ ରିୟାନଙ୍କୁ ଚୟନ କରାଯାଇଛି। ପୂର୍ବତନ ଇଂରାଜୀ ଖେଳାଳି ଗ୍ରାହାମ ଗୁଚଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ୨୦୦୩ରେ ରିୟାନ କ୍ରିକେଟରେ ପ୍ରବେଶ କରିଥିଲେ। ସେ ୨୦୦୬ରେ ଅନ୍ତର୍ଜାତୀୟ କ୍ରିକେଟ ରେ ଡେବ୍ୟୁ କରିଥିଲେ। ସେ ନେଦରଲ୍ୟାଣ୍ଡ ପାଇଁ ୩୩ଟି ଦିନିକିଆରେ ୧୫୪୧ ରନ ସଂଗ୍ରହ କରି ୫୫ ଉଇକେଟ ନେଇଥିଲେ। ୨୨ ଟି -୨୦ ମ୍ୟାଚରେ ୫୩୩ ରନ ସ୍କୋର କରି ୧୩ ଉଇକେଟ୍‌ ନେଇଛନ୍ତି।
୨୦୧୧ ବିଶ୍ୱକପ ରିଆନଙ୍କ ପାଇଁ ବିଶେଷ ଭାବରେ ସ୍ମରଣୀୟ। ସେ ସେହି ବିଶ୍ୱକପରେ ଭାରତୀୟ ମାଟିରେ ଚମତ୍କାର ଖେଳିଥିଲେ। ୨୦୧୧ ବିଶ୍ୱକପରେ ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଦଳ ବିପକ୍ଷରେ ରିୟାନ ମଧ୍ୟ ୨ ଶତକ ହାସଲ କରିଥିଲେ। ଇଂଲଣ୍ଡ ବିପକ୍ଷରେ ୧୧୯ ରନ ସ୍କୋର କରିବା ସହିତ ସେ ୨ ଉଇକେଟ ନେଇଥିଲେ। ଏଥି ସହିତ ଆୟର୍ଲାଣ୍ଡ ବିପକ୍ଷରେ ୧୦୬ ରନ ସ୍କୋର କରିଥିଲେ। ୨୦୧୬ ରେ, ରିଆନ ଏସେକ୍ସର ଅଧିନାୟକ ଭାବରେ ନିଯୁକ୍ତ ହୋଇଥିଲେ। ଏହା ପରେ ସେ କାଉଣ୍ଟି ଚାମ୍ପିଅନସିପରେ ଦଳର ୨୫ ବର୍ଷର ଅପେକ୍ଷାକୁ ସମାପ୍ତ କରି ଏକ ଐତିହାସିକ ବିଜୟ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri