ରୁଷିଆ ସହ ଏସ୍‌-୪୦୦ ମିଶାଇଲ୍‌ ଡିଲ୍‌: ହଟିବ ଆମେରିକାର ସିଏଏଟିଏସ୍‌ଏ କଟକଣା

ଓ୍ବାଶିଂଟନ,୧୫ା୭: ରୁଷିଆଠାରୁ ୫ଟି ଏସ୍‌-୪୦୦ ଏୟାର ଡିଫେନ୍ସ ମିଶାଇଲ ସିଷ୍ଟମ କିଣିବା ପାଇଁ ଭାରତର ଚୁକ୍ତି ଆଗରେ ଥିବା ପ୍ରତିବନ୍ଧକ ଏକପ୍ରକାର ହଟିଛି। ଆମେରିକାର ପ୍ରତିନିଧି ସଭାରେ ଏ ନେଇ ଧ୍ୱନିମତରେ ଏକ ସଂଶୋଧନ ଗୃହୀତ ହୋଇଛି। ୨୦୧୮ ଅକ୍ଟୋବରରେ ଟ୍ରମ୍ପ୍‌ ପ୍ରଶାସନର ତାଗିଦ୍‌ ସତ୍ତ୍ୱେ ଭାରତ ଏହି ପ୍ରତିରକ୍ଷା କ୍ଷେପଣାସ୍ତ୍ର ବ୍ୟବସ୍ଥା କିଣିବା ପାଇଁ ମସ୍କୋ ସହ ଚୁକ୍ତିବଦ୍ଧ ହୋଇଥିଲା। ଏସ୍‌-୪୦୦ ହେଉଛି ଭୂପୃଷ୍ଠରୁ ଆକାଶରେ ଲକ୍ଷ୍ୟସ୍ଥଳ ଭେଦ କରିପାରୁଥିବା ସବୁଠୁ ଅତ୍ୟାଧୁନିକ ସିଷ୍ଟମ। କାଉଣ୍ଟରିଂ ଆମେରିକାସ୍‌ ଆଡଭର୍ସରିଜ୍‌ ଥ୍ରୁ ସାଙ୍କସନ୍ସ ଆକ୍ଟ (ସିଏଏଟିଏସ୍‌ଏ) ବଳରେ ଆମେରିକାର କୌଣସି ଶତ୍ରୁ ରାଷ୍ଟ୍ରଠାରୁ ପ୍ରତିରକ୍ଷା ସାମଗ୍ରୀ କିଣାକିଣି ଉପରେ ଭାରତ ଉପରେ କଟକଣା ଲାଗିଥିଲା। ଚାଇନାର ବଢ଼ି ଚାଲିଥିବା ପ୍ରଭାବକୁ ପ୍ରତିହତ କରିବା ପାଇଁ ଏହି କଟକଣା ହଟାଯାଉ ବୋଲି ଭାରତୀୟ ବଂଶୋଦ୍ଭବ କଂଗ୍ରେସମ୍ୟାନ୍‌ ରାଓ ଖାନ୍ନା ଉକ୍ତ ଆଇନରେ ସଂଶୋଧନ ପ୍ରସ୍ତାବ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri