Posted inଜାତୀୟ

ଆସୁଛି ଏସ୍‌-୪୦୦ ମିଶାଇଲ୍‌ ସିଷ୍ଟମ୍‌

ନୂଆଦିଲ୍ଲୀ,୧୬।୪: ରୁଷିଆ ଭାରତକୁ ଏସ୍‌-୪୦୦ ମିଶାଇଲ୍‌ ସିଷ୍ଟମ୍‌ ଦ୍ୱିତୀୟ ପର୍ଯ୍ୟାୟ ଯୋଗାଣ ଆରମ୍ଭ କରିଛି। ୟୁକ୍ରେନ୍‌ରେ ଯୁଦ୍ଧ ଚାଲିଥିବାବେଳେ ମସ୍କୋ ଉପରେ ନାଟୋ ପକ୍ଷରୁ କଟକଣା ସତ୍ତ୍ୱେ ଏହି କ୍ଷେପଣାସ୍ତ୍ର ଯୋଗାଣ ପ୍ରକ୍ରିୟା ଚାଲିଥିବା ନୂଆଦିଲ୍ଲୀ ସୂତ୍ରରୁ ଜଣାପଡ଼ିଛି। ଏଥିରେ ବ୍ୟବହୃତ ଉପକରଣଗୁଡ଼ିକ ବିମାନ ଓ ଜାହାଜରେ ଅଣାଯାଉଛି। ୨୦୨୧ ଡିସେମ୍ବରରେ ଏହି ମିଶାଇଲ୍‌ ସିଷ୍ଟମ୍‌ର ପ୍ରଥମ ୟୁନିଟ୍‌ ଯୋଗାଣ ସମ୍ପୂର୍ଣ୍ଣ ହୋଇ କାର୍ଯ୍ୟକ୍ଷମ ହୋଇଥିଲା। ପ୍ରତିରକ୍ଷା ବିଶ୍ଳେଷକ ମେଜର ଜେନେରାଲ ଏସ୍‌.ବି. ଅସ୍ଥାନା କହିଛନ୍ତି, ଆମେରିକା ଯାହା କହିଲେ ବି ଡିଲ୍‌ର ଡେଲିଭରି ପ୍ରକ୍ରିୟା ଚାଲିବ। ଭାରତର ଜାତୀୟ ଓ ସାମରିକ ସ୍ବାର୍ଥ ପାଇଁ କେଉଁ ଦେଶରୁ ପ୍ରତିରକ୍ଷା ସାମଗ୍ରୀ କିଣାଯିବ ତାହା ନିଷ୍ପତ୍ତି ନେବା ନୂଆଦିଲ୍ଲୀର ସାର୍ବଭୌମ ଅଧିକାର। ପ୍ରକାଶ ଯେ, ରୁଷିଆଠାରୁ ୫ଟି ଦୂରଗାମୀ ଡିଫେନ୍ସ ମିଶାଇଲ୍‌ ସିଷ୍ଟମ୍‌ ଏସ୍‌-୪୦୦ କିଣିବା ପାଇଁ ୨୦୧୮ ଅକ୍ଟୋବରରେ ଭାରତ ଚୁକ୍ତିବଦ୍ଧ ହୋଇଥିଲା। ଡିଲ୍‌ ଅନୁସାରେ ଏହାର ମୋଟ ମୂଲ୍ୟ ହେଉଛି ୩୫,୦୦୦ କୋଟି ଟଙ୍କା। ଏହି ସିଷ୍ଟମ୍‌ ଜରିଆରେ ୪ ପ୍ରକାର କ୍ଷେପଣାସ୍ତ୍ର ମୁତୟନ କରାଯାଇପାରିବ। ଶତ୍ରୁପକ୍ଷର ୬୦୦ କି.ମି. ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କ୍ଷମତା ଏହାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri