Posted inଜାତୀୟ

‘ଆପଣଙ୍କ ଦୁଇ ହାତରେ ଲଡୁ’, ପ୍ରଧାନମନ୍ତ୍ରୀ ମୋଦି ମୁଖ୍ୟମନ୍ତ୍ରୀ ଗେହଲୋଟଙ୍କୁ ଦେଲେ ବାର୍ତ୍ତା- ଜଣେ ବନ୍ଧୁ ଭାବେ…

ନୂଆଦିଲ୍ଲୀ,୧୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀ-ଆଜମେର ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇବା ସମୟରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ କଥା ଉଠାଇଛନ୍ତି। ସେ ଗେହଲୋଟଙ୍କୁ ତାଙ୍କର ପ୍ରିୟ ମିତ୍ର ବୋଲି କହିବା ସହ କହିଥିଲେ ଆପଣଙ୍କ ଦୁଇ ହାତରେ ଲଡୁ ଅଛି।
ଏହି ସମୟରେ ମୋଦି ଗେହଲୋଟଙ୍କୁ କାର୍ଯ୍ୟକ୍ରମ ସମୟରେ କୁହନ୍ତି, ଆପଣ ଏବେ ରାଜ୍ୟରେ ରାଜନୈତିକ ସଙ୍କଟ ଦେଇ ଗତି କରୁଛନ୍ତି। ଏହାପରେ ବି ଆପଣ ବିକାଶ ପାଇଁ ଏହି କାର୍ଯ୍ୟକ୍ରମରେ ଭାଗ ନେଇଛନ୍ତି, ସେଥିପାଇଁ ମୁଁ ଆପଣଙ୍କୁ ଧନ୍ୟବାଦ ଜଣାଉଛି। ମୋଦି ଆହୁରି ମଧ୍ୟ କହିଛନ୍ତି, ମୁଁ ଗେହଲୋଟଙ୍କୁ କହିବାକୁ ଚାହୁଁଛି, ଆପଣଙ୍କର ତ ଦୁଇିହାତରେ ଲଡୁ ରହିଛି। ଆପଣଙ୍କ ରେଳମନ୍ତ୍ରୀ ରାଜସ୍ଥାନର ଓ ରେଲଓ୍ବେ ବୋଲର୍ଡର ଚେୟାରମ୍ୟାନ ବି ରାଜସ୍ଥାନର।

ମୋଦି ଆହୁରି ମଧ୍ୟ କହିଛନ୍ତି, ଯେଉଁ କାମ ଦେଶ ସ୍ବାଧୀନ ହେବା ପରେ ପରେ ହେବା କଥା ସେ କାମ ଆଜି ଆମେ କରୁଛୁ। ମୋଦି ମୁଖ୍ୟମନ୍ତ୍ରୀ ଗେହଲୋଟଙ୍କୁ କହିଛନ୍ତି, ଆପଣଙ୍କର ମୋ ଉପରେ ଏତେ ଭରସା ଯେ ଆପଣ ମୋ ସାମ୍ନାରେ କିଛି କାମ ରଖିଦେଇଛନ୍ତି। ଆପଣଙ୍କର ସେହି ବିଶ୍ୱାସ ଏହା ମୋର ବନ୍ଧୁତାର ଶକ୍ତି ଓ ଜଣେ ବନ୍ଧୁ ଭାବେ ଆପଣ ଯେଉଁ ଭରସା ରଖିଛନ୍ତି, ସେଥିପାଇଁ ମୁଁ ଆପଣଙ୍କ ପାଖରେ କୃତଜ୍ଞତା ଜଣାଉଛି।
ମୋଦିଙ୍କ ଏହି ବୟାନକୁ ଏଇଥିପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି, କାରଣ ରାଜସ୍ଥାନରେ ଏବେ କଂଗ୍ରେସ ଦଳ ରାଜନୈତିକ ଟଣାଭିଡା ମଧ୍ୟରେ ଚାଲିଛି। ସେଠାରେ କଂଗ୍ରେସର ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ ଓ ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସଚ୍ଚିନ ପାଇଲଟ ଗୋଟିଏ ଦିନ ପୂର୍ବରୁ ନିଜ ଦଳର ସରକାରଙ୍କ ବିରୋଧରେ ଉପବାସରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri