ମୁଖ୍ୟ ବିଚାରପତି ପାଇଁ ଏସ୍‌. ମୁରଲିଧରଙ୍କ ନାମ ସୁପାରିସ

କଟକ ଅଫିସ, ୧୬।୧୨: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପଦ ପାଇଁ ଏସ୍‌. ମୁରଲିଧରଙ୍କ ନାମକୁ ସୁପ୍ରିମ୍‌କୋର୍ଟଙ୍କ କଲେଜିୟମ୍‌ ସୁପାରିସ କରିଛନ୍ତି। ଆଇନ୍‌ ମନ୍ତ୍ରଣାଳୟର ଅନୁମୋଦନ ପରେ ମୁରଲିଧର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିବେ। ସେ ଏବେ ପଞ୍ଜାବ-ହରିୟାଣା ହାଇକୋର୍ଟରେ ବିଚାରପତିଭାବେ କାର୍ଯ୍ୟ କରୁଛନ୍ତି। ୨୦୦୬ରେ ମୁରଲିଧର ଦିଲ୍ଲୀ ହାଇକୋର୍ଟର ବିଚାରପତି ଭାବେ ଅବସ୍ଥାପିତ ହୋଇଥିଲେ। ଦିଲ୍ଲୀ ହାଇକୋର୍ଟରେ ତୃତୀୟ ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟ କରୁଥିବା ମୁରଲିଧର ୧୯୮୪ ଶିଖ୍‌ ଦଙ୍ଗା, ହସିମ୍‌ପୁରା ଗଣହତ୍ୟା ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ମାମଲାର ରାୟ ପ୍ରକାଶ କରିଛନ୍ତି। ତାଙ୍କ ବଦଳି ପାଇଁ ୨୦୧୮ ଡିସେମ୍ବର, ୨୦୧୯ ଜାନୁୟାରୀରେ ୨ଥର ସୁପାରିସ କରାଯାଇଥିଲେ ମଧ୍ୟ ସୁପ୍ରିମକୋର୍ଟ କଲେଜିୟମଙ୍କ ବିରୋଧ ଯୋଗୁ ତାହା ସ୍ଥଗିତ ହୋଇଥିଲା। ୨୦୨୦ ପେବୃୟାରୀ ୧୨ରେ ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ନେତୃତ୍ୱରେ ସୁପ୍ରିମକୋର୍ଟଙ୍କ କଲେଜିୟମ ମୁରଲିଧରଙ୍କୁ ପଞ୍ଜାବ-ହରିୟାଣା ହାଇକୋର୍ଟକୁ ବଦଳି କରିବା ପାଇଁ ସୁପାରିସ କରିଥିଲେ। ପରେ ମୁରଲିଧର ମାର୍ଚ୍ଚ ୫ରେ ପଞ୍ଜାବ-ହରିୟାଣା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଇଥିଲେ। ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତିଭାବେ ମହମ୍ମଦ ରଫିକ କାର୍ଯ୍ୟ କରୁଛନ୍ତି। ମେଘାଳୟ ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିବା ରଫିକ୍‌ ଗତ ଏପ୍ରିଲ ୨୭ତାରିଖରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତିଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ତାଙ୍କୁ ଶପଥପାଠ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri