Posted inଜାତୀୟ

ବାଂଲାଦେଶରେ ହୋଇଛି ବିଦେଶୀ ଷଡ଼ଯନ୍ତ୍ର! ରାହୁଲଙ୍କ ପ୍ରଶ୍ନରେ ଏମିତି ଜବାବ ଦେଲେ ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ,୬।୮: ବାଂଲାଦେଶର ସାମ୍ପ୍ରତିକ ପରିସ୍ଥିତି ସମ୍ପର୍କରେ ମଙ୍ଗଳବାର କେନ୍ଦ୍ର ସରକାର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ କେନ୍ଦ୍ର ସରକାର ବାଂଲାଦେଶ ଏବଂ ଶେଖ ହସିନାଙ୍କ ଉପରେ ଭାରତର ବର୍ତ୍ତମାନର ସ୍ଥିତି ସମ୍ପର୍କରେ ସୂଚନା ଦେଇଛନ୍ତି। ବିରୋଧୀମାନେ ମଧ୍ୟ କେନ୍ଦ୍ର ସରକାରଙ୍କ ଷ୍ଟାଣ୍ଡକୁ ସହମତି ହୋଇଛନ୍ତି। ଏହି ସଭାରେ ଉପସ୍ଥିତ ଲୋକସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମଧ୍ୟ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ ପଚାରଛନ୍ତି।

ସୂଚନାନୁସାରେ, ସର୍ବଦଳୀୟ ବୈଠକରେ ରାହୁଲ ଗାନ୍ଧୀ ତୁରନ୍ତ ଏବଂ ଦୀର୍ଘକାଳୀନ ରଣନୀତି ବିଷୟରେ ପଚାରିଛନ୍ତି। ଏଥିସହ ରାହୁଲ ଜାଣିବାକୁ ଚାହିଁଛନ୍ତି କି ବାଂଲାଦେଶରେ ଯାହା ହୋଇଛି, ଏଥିରେ ବିଦେଶୀ ହାତ ରହିଛି?

ସର୍ବଦଳୀୟ ବୈଠକରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ସରକାର ପକ୍ଷ ଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି ଯେ ବାଂଲାଦେଶରେ ହେଉଥିବା ପରିବର୍ତ୍ତନ ଉପରେ ସରକାର ନଜର ରଖିଛନ୍ତି। ଏହା ମଧ୍ୟ କୁହାଯାଇଥିଲା ଯେ ଜଣେ ପାକିସ୍ତାନୀ କୂଟନୀତିଜ୍ଞ ସୋସିଆଲ ମିଡିଆରେ ଏହି ଆନ୍ଦୋଳନର ଚିତ୍ର ସହିତ ଡିପି ପୋଷ୍ଟ କରିଛନ୍ତି, ଯାହା ବିଷୟରେ ତଥ୍ୟ ସଂଗ୍ରହ କରାଯାଉଛି।

ଭାରତ ସରକାର ସର୍ବଦଳୀୟ ବୈଠକରେ କହିଛନ୍ତି ଯେ ବାଂଲାଦେଶର ପରିସ୍ଥିତି ଉପରେ ଆମେ ତୀକ୍ଷ୍ଣ ନଜର ରଖିଛୁ। ବର୍ତ୍ତମାନ ବାଂଲାଦେଶରେ ୧୨୦୦୦ରୁ ୧୩୦୦୦ଭାରତୀୟ ଅଛନ୍ତି। ତେବେ ଦେଶର ପରିସ୍ଥିତି ଏତେ ଭୟଙ୍କର ନୁହେଁ ଯେ ଆମ ନାଗରିକମାନଙ୍କୁ ସେଠାରୁ ସ୍ଥାନାନ୍ତର କରିବାକୁ ପଡିବ। ସରକାର କହିଛନ୍ତି ଯେ ସମୁଦାୟ ୨୦,୦୦୦ଲୋକ ଫସି ରହିଛନ୍ତି। ସେଥିମଧ୍ୟରୁ ୮୦୦୦ ଛାତ୍ର ଭାରତ ଫେରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri