‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ ଆମେରିକା ବିଦେଶ ମନ୍ତ୍ରୀ ମାର୍କୋ ରୁବିଓଙ୍କ ଦାବିକୁ ଖଣ୍ଡନ କରି ଭାରତୀୟ ବିଦେଶ ମନ୍ତ୍ରୀ ଏସ୍. ଜୟଶଙ୍କର ଦେଶର ‘ରଣନୈତିକ ସ୍ୱାଧୀନତା’ ଉପରେ ଗୁରୁତ୍ୱାରୋପ କରିଛନ୍ତି।

ଆମେରିକା ବିଦେଶ ମନ୍ତ୍ରୀ ରୁବିଓ ଦାବି କରିଥିଲେ ଯେ, ରୁଷିଆରୁ ଅଧିକ ତେଲ ନ କିଣିବା ପାଇଁ ଭାରତ ୱାଶିଂଟନକୁ ପ୍ରତିଶ୍ରୁତି ଦେଇଛି। ୟୁକ୍ରେନ ଯୁଦ୍ଧ ଯୋଗୁଁ ରୁଷିଆ ଉପରେ ଆର୍ଥିକ ଚାପ ପକାଇବାକୁ ଆମେରିକା ଏଭଳି ପଦକ୍ଷେପ ନେଉଥିବା ସେ କହିଥିଲେ।

ରୁବିଓଙ୍କ ବୟାନର କିଛି ସମୟ ପରେ ଜୟଶଙ୍କର କହିଥିଲେ ଯେ, ଭାରତ ନିଜର ଜାତୀୟ ସ୍ୱାର୍ଥ ଅନୁଯାୟୀ ନିଷ୍ପତ୍ତି ନେବାକୁ ସମ୍ପୂର୍ଣ୍ଣ ସ୍ୱାଧୀନ। ସେ କହିଛନ୍ତି, “ଭାରତର ତେଲ କମ୍ପାନୀଗୁଡ଼ିକ ତେଲର ଉପଲବ୍ଧତା, ଦର ଏବଂ ବିପଦକୁ ଦେଖି ନିଜ ସୁବିଧା ଅନୁସାରେ ନିଷ୍ପତ୍ତି ନେବେ। ଏଥିପାଇଁ କୌଣସି ବାହ୍ୟ ଚାପକୁ ଗ୍ରହଣ କରାଯିବ ନାହିଁ।”

ସୂଚନାଯୋଗ୍ୟ ଯେ, ରୁଷିଆରୁ ତେଲ କିଣିବା ଯୋଗୁଁ ଟ୍ରମ୍ପ ପ୍ରଶାସନ ଭାରତୀୟ ସାମଗ୍ରୀ ଉପରେ ଲଗାଇଥିବା ୨୫% ଅତିରିକ୍ତ ଟାରିଫ୍ କୁ ନିକଟରେ ହଟାଇ ଦେଇଛନ୍ତି। କିନ୍ତୁ ଏଥିସହ ସର୍ତ୍ତ ରହିଛି ଯେ, ଯଦି ଭାରତ ପୁଣି ରୁଷରୁ ତେଲ ଆମଦାନୀ ବଢ଼ାଏ, ତେବେ ଏହି ଦଣ୍ଡମୂଳକ ଶୁଳ୍କ ପୁନର୍ବାର ଲାଗୁ କରାଯାଇପାରେ।

ବିଦେଶ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଯେ ଭାରତର ନିଷ୍ପତ୍ତି ପାଶ୍ଚାତ୍ୟ ଚିନ୍ତାଧାରା ସହ ସମାନ ନହୋଇପାରେ। ଭାରତ ନିଜର ଶକ୍ତି ସୁରକ୍ଷାକୁ ସର୍ବଦା ପ୍ରାଥମିକତା ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri