Posted inଜାତୀୟ

‘ବସୁଧୈବ କୁଟୁମ୍ବକମ୍‌’ ନୀତି ଆପଣାଇଛି ଭାରତ: ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ, ୮।୨:ଭୂକମ୍ପରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ତୁର୍କୀ ଓ ସିରିଆକୁ ଭାରତ ସହଯୋଗ କରିବା ନେଇ ପ୍ରତିଶ୍ରୁତି ଦେଇଛି। ଏ ନେଇ କେନ୍ଦ୍ର ସରକାର ‘ଅପରେଶନ୍‌ ଦୋସ୍ତ’ ଆରମ୍ଭ କରିଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ବୁଧବାର ଟୁଇଟରରେ ଏକ ପୋଷ୍ଟ ଶେୟାର କରି କହିଛନ୍ତି। ଅନେକ ସମୟରେ ବିଶ୍ୱର ଭୂରାଜନୀତିରେ ବହୁ ପରିବର୍ତ୍ତନ ଦେଖିବାକୁ ମିଳୁଛି। କିନ୍ତୁ ଭାରତ ‘ବସୁଧୈବ କୁଟୁମ୍ବକମ୍‌’ ନୀତି ଆପଣାଇ ସବୁବେଳେ ମାନବ ଜାତିର କଲ୍ୟାଣ ପାଇଁ କାର୍ଯ୍ୟ କରୁଥିବା ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି। ବୁଧବାର ଭାରତ ପକ୍ଷରୁ ସି୧୭ ବିମାନ ଜରିଆରେ ଫିଲ୍ଡ ହସ୍ପିଟାଲ ସାମଗ୍ରୀ ସାଙ୍ଗକୁ ଭାରତୀୟ ସେନାର ୫୪ ସଦସ୍ୟ ବିଶିଷ୍ଟ ଟିମ୍‌ ତୁର୍କୀ ପଠାଯାଇଥିବା ଟୁଇଟର ଯୋଗେ ବହିର୍ବ୍ୟାପାର ମୁଖପାତ୍ର ଅରିନ୍ଦମ ବାଗ୍‌ଚୀ କହିଛନ୍ତି। ତୁର୍କୀକୁ ରେସ୍କ୍ୟୁ ଅପରେଶନ୍‌ରେ ସାହାଯ୍ୟ କରିବା ପାଇଁ ଭାରତ ପକ୍ଷରୁ ୫୧ ଏନ୍‌ଡିଆର୍‌ଏଫ୍‌ ଯବାନଙ୍କୁ ତୁର୍କୀ ପଠାଯାଇଛି। ପୂର୍ବରୁ ୨ଟି ଟିମ୍‌ ଭାରତ ତରଫରୁ ତୁର୍କୀକୁ ପଠାଯାଇଛି। ଅନ୍ୟପକ୍ଷେ ଭାରତ ସିରିଆକୁ ୬ ଟନ୍‌ ରିଲିଫ୍‌ ସାମଗ୍ରୀର ସହାୟତା ଯୋଗାଇଛି। ମଙ୍ଗଳବାର ସି-୧୩୦ ଜେ ମିଲିଟାରି ଟ୍ରନ୍ସପୋର୍ଟ ଏୟାରକ୍ରାଫ୍ଟ ଜରିଆରେ ଏହି ରିଲିଫ୍‌ ସାମଗ୍ରୀ ପଠାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri