Posted inଜାତୀୟ

ଲଣ୍ଡନରେ ଜୟଶଙ୍କରଙ୍କ କାର୍‌ ଆଗରେ ଖଲିସ୍ତାନବାଦୀଙ୍କ ପ୍ରତିବାଦ,ଭାରତ କଲା ନିନ୍ଦା

ଲଣ୍ଡନ/ନୂଆଦିଲ୍ଲୀ,୬।୩ : ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ବ୍ରିଟେନ ଗସ୍ତ ବେଳେ ସୁରକ୍ଷାରେ ତ୍ରୁଟିକୁ ଭାରତ ଦୃଢ଼ ନିନ୍ଦା କରିଛି। ବୁଧବାର ଲଣ୍ଡନର ଚାଥାମ ହାଉସ୍‌ରେ ଜୟଶଙ୍କର ଆଲୋଚନାରେ ଯୋଗଦେଇଥିବାବେଳେ ବାହାରେ ଗୋଟିଏ ଗୋଷ୍ଠୀ ଖଲିସ୍ତାନ ସପକ୍ଷରେ ସ୍ଲୋଗାନ ଦେଇ ବିକ୍ଷୋଭ କରିବା ସହ ଜୟଶଙ୍କରଙ୍କ ସୁରକ୍ଷା ବଳୟ ଅତିକ୍ରମ କରିବାକୁ ଉଦ୍ୟମ କରିଥିଲେ। ବିଚ୍ଛିନ୍ନତାବାଦୀ ଏବଂ ଉଗ୍ରପନ୍ଥୀ ସଂଗଠନର କାର୍ଯ୍ୟକୁ ନୂଆଦିଲ୍ଲୀ ନିନ୍ଦା କରିଛି। ଉଗ୍ରପନ୍ଥୀମାନଙ୍କ ଦ୍ୱାରା ଗଣତାନ୍ତ୍ରିକ ସ୍ବାଧୀନତାର ଦୁରୁପଯୋଗକୁ ଆମେ ନିନ୍ଦା କରୁଛୁ। ଏଭଳି ମାମଲାରେ ଆୟୋଜକ ସରକାର ସେମାନଙ୍କ କୂଟନୈତିକ ଦାୟିତ୍ୱ ସମ୍ପୂର୍ଣ୍ଣ ନିର୍ବାହ କରିବା ଆମେ ଆଶା କରୁଛୁ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ କହିଛି। ବିକ୍ଷୋଭ ସତ୍ତ୍ୱେ ଜୟଶଙ୍କର ଆଲୋଚନା ଜାରି ରଖିବା ସହ ବ୍ରିଟେନ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟର୍ମର, ବହିର୍ବ୍ୟାପାର ମନ୍ତ୍ରୀ ଡାଭିଡ୍‌ ଲାମ୍ମି ଓ ବରିଷ୍ଠ ନେତାମାନଙ୍କ ସହ ବୈଠକ କରିଥିଲେ। ଲଣ୍ଡନରେ ଖଲିସ୍ତାନ ସପକ୍ଷବାଦୀମାନେ ଜୟଶଙ୍କରଙ୍କ କନ୍‌ଭୟ ନିକଟକୁ ମାଡ଼ିଆସିବା ଘଟଣାକୁ ବ୍ରିଟେନ୍‌ ଗୁରୁବାର ଦୃଢ଼ ନିନ୍ଦା କରିଛି। ସରକାରୀ କାର୍ଯ୍ୟକ୍ରମକୁ ଧମକ ଦେବା ଓ ବାଧା ସୃଷ୍ଟି କରିବା ଉଦ୍ୟମ ଆଦୌ ଗ୍ରହଣୀୟ ନୁହେଁ ବୋଲି ବ୍ରିଟେନ୍‌ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri