Posted inଜାତୀୟ

ଆଜି ପ୍ରାର୍ଥିପତ୍ର ଦାଖଲ କରିପାରନ୍ତି ଏସ ଜୟଶଙ୍କର

ଗାନ୍ଧିନଗର,୧୦।୭: ବର୍ହିବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଗୁଜରାଟର ରାଜ୍ୟ ସଭା ଆସନ ଲାଗି ହେବାକୁ ଥିବା ନିର୍ବାଚନ ପାଇଁ ସୋମବାର ୧୦ ଜୁଲାଇରେ ପ୍ରାର୍ଥିପତ୍ର ଦାଖଲ କରିପାରନ୍ତି। ସେଥିପାଇଁ ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ରବିବାର ସେ ସେଠାରେ ପହଞ୍ଚିଛନ୍ତି। ଭାରତୀୟ ଜନତା ପାର୍ଟି୯ଭାଜପା)ର ଜଣେ ପଦାଧିକାରୀ ଏହି ସୂଚନା ଦେଇଛନ୍ତି।

ରବିବାର ଭାଜପାର ଗୁଜରାଟ ୟୁନିଟ ସାଧାରଣ ସମ୍ପାଦକ ପ୍ରଦୀପ ସିଂ ବାଘେଲା କହିଛନ୍ତି ଯେ ଜୟଶଙ୍କର ସୋମବାର ତାଙ୍କ ପ୍ରାର୍ଥିପତ୍ର ଦାଖଲ କରିବେ। ତାଙ୍କର କାର୍ଯ୍ୟକାଳ ଏବଂ ଗୁଜରାଟର ଆଉ ଦୁଇଜଣ ରାଜ୍ୟ ସଭା ସଦସ୍ୟଙ୍କ କାର୍ଯ୍ୟକାଳ ଅଗଷ୍ଟ୧୮ରେ ଶେଷ ହେଉଛି।
ଏହାକୁ ନେଇ ଏସ ଜୟଶଙ୍କର ରବିବାର ଅହମ୍ମଦାବାଦ ବିମାନବନ୍ଦରରେ ପହଞ୍ଚି ସେଠାରେ ଗୁଜରାଟ ମନ୍ତ୍ରୀ ରାଘବଜୀ ପଟେଲ ଏବଂ ଅହମ୍ମଦାବାଦ ମେୟର କିରିଟ ପରମାରଙ୍କ ସମେତ ବହୁ ଭାଜପା ଅଧିକାରୀ ତାଙ୍କୁ ସ୍ବାଗତ କରିଥିଲେ। ଗୁଜରାଟର ତିନିଟି ରାଜ୍ୟ ସଭା ଆସନ ପାଇଁ ପ୍ରାର୍ଥୀମାନଙ୍କର ନାମ ଭାଜପା ଆନୁଷ୍ଠାନିକ ଭାବେ ଘୋଷଣା କରିନାହିଁ, ଯେଉଁଥିପାଇଁ ଜୁଲାଇ ୨୪ରେ ନିର୍ବାଚନ ଅନୁଷ୍ଠିତ ହେବ।
କୁହାଯାଉଛି ଯେ ଏଠାରୁ ବର୍ହିବ୍ୟାପାର ମନ୍ତ୍ରୀ ଜୟଶଙ୍କରଙ୍କ ନାମାଙ୍କନ ନିଶ୍ଚିତ। ଏହାପୂର୍ବରୁ କଂଗ୍ରେସ ଶୁକ୍ରବାର ଜୁଲାଇ ୭ରେ କହିଛି ଯେ ଗୁଜରାଟରୁ ତିନିଟି ରାଜ୍ୟ ସଭା ଆସନ ପାଇଁ ନିର୍ବାଚନରେ ପ୍ରାର୍ଥୀ ଦେବ ନାହିଁ। ୧୮୨ ସଦସ୍ୟ ବିଶିଷ୍ଟ ଗୁଜରାଟ ବିଧାନସଭାରେ କଂଗ୍ରେସର ପର୍ଯ୍ୟାପ୍ତ ବିଧାୟକ ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri