କଲବଲ କରିବ ଖରାଗୁଳୁଗୁଳି, କାଳବୈଶାଖୀ: ମେ’ ୧ ପର୍ଯ୍ୟନ୍ତ ଏସବୁ ଜିଲାରେ

ଭୁବନେଶ୍ୱର,୨୭ା୪(ଅନୁରାଧା ମହାରଣା):  ରାଜ୍ୟରେ ଖରାଗୁଳଗୁଳି ସହ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳୁଛି। ରବିବାର ରାଜ୍ୟର ବିଭିନ୍ନ ଜିଲାରେ ଗ୍ରୀଷ୍ମ ଲହରି ନେଇ ୟେଲୋ ଓ୍ବାର୍ନିଂ ରହିଥିବାବେଳେ କାଳାବୈଶାଖୀ ଭୟ ମଧ୍ୟ ରହିଛି। ଝାରସୁଗୁଡ଼ା, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଆଦି ଜିଲାରେ ଗ୍ରୀଷ୍ମପ୍ରବାହ ସମ୍ଭାବନା ସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତ୍‌ସିଂହପୁର ଆଦି ଜିଲାରେ ପ୍ରବଳ ଗୁଳୁଗୁଳି ଆଶଙ୍କା ରହିଛି। ଅପରାହ୍ନ ଓ ସନ୍ଧ୍ୟାରେ ଦକ୍ଷିଣ ଓଡ଼ିଶା, ଉତ୍ତର ଉପକୂଳବର୍ତ୍ତୀ ଓଡ଼ିଶା, ସୁନ୍ଦରଗଡ଼, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲାରେ ବିଜୁଳି ଓ ଘଡ଼ଘଡ଼ି ସହ ହାଲୁକା ବର୍ଷା ସମ୍ଭାବନା ରହିଛି। କେତେକ ଜିଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାକୁ ଥିବାବେଳେ ଅନ୍ୟ କିଛି ଜିଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା ରହିଛି। ସମ୍ପୃକ୍ତ ଜିଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମେ’ ୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଗ୍ରୀଷ୍ମ ପ୍ରବାହ ସହ କାଳବୈଶାଖୀ ପ୍ରଭାବ ଜାରି ରହିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri