Posted inଖେଳ

ପାଣ୍ଡ୍ୟା-ବୁମ୍‌ରାଙ୍କୁ ଛାଡ଼ନ୍ତୁ, ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ାଇଲେଣି ରୋହିତ ଶର୍ମା…

ନୂଆଦିଲ୍ଲୀ,୪।୫: ଟି୨୦ ବିଶ୍ୱକପ୍‌ରେ ଜୁନ୍‌ ୫ରୁ ନିଜର ଅଭିଯାନ ଆରମ୍ଭ କରିବ ଟିମ୍‌ ଇଣ୍ଡିଆ। ପ୍ରଥମ ମ୍ୟାଚ୍‌ରେ ଦଳ ଆର୍ୟଲ୍ୟାଣ୍ଡକୁ ଭେଟିବ। ତେବେ ଏହା ପୂର୍ବରୁ ଟିମ୍‌ ଇଣ୍ଡିଆରେ ଚୟନ ହୋଇଥିବା ଖେଳାଳି ଆଇପିଏଲ୍‌ରେ ବ୍ୟସ୍ତ ଥିବାରୁ ସମସ୍ତେ ଫିଟ୍‌ ରୁହନ୍ତୁ ବୋଲି ପ୍ରଶଂସକ ଆଶା କରୁଛନ୍ତି। ହେଲେ ଏବେ ଦଳ ପାଇଁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ତାହା ହେଲା ଦଳର ଅଧିନାୟକ ରୋହିତ ଶର୍ମା ସମ୍ପୂର୍ଣ୍ଣ ଫିଟ୍‌ ନାହାନ୍ତି।

ଜସପ୍ରିତ ବୁମ୍‌ରା ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଆଘାତ ସମସ୍ୟାର ପୁରୁଣା ଇତିହାସ ରହିଛି। ବୁମ୍‌ରା ଆହତ ହୋଇଥିବା ଯୋଗୁ ଟି୨୦ ବିଶ୍ୱକପ୍‌ ୨୦୨୨ ଖେଳିପାରି ନ ଥିଲେ। ଏହାର ୧ ବର୍ଷ ପରେ ସେ ଦଳକୁ ଫେରିଥିଲେ। ସେହିଭଳି ୨୦୨୩ ଦିନିକିଆ ବିଶ୍ୱକପ୍‌ ବେଳେ ପାଣ୍ଡ୍ୟା ଆହତ ହୋଇ ଦଳରୁ ବାଦ୍‌ ପଡ଼ିଥିଲେ। ଏହାପୂର୍ବରୁ ବି ସେ ଆହତ ହୋଇଛନ୍ତି। ଏଣୁ ଉଭୟ ଖେଳାଳି ଏଥର ଅନ୍‌ଫିଟ୍‌ ନ ହୁଅନ୍ତୁ ବୋଲି ଦଳ ଚିନ୍ତାରେ ରହିଥାଏ। ହେଲେ ଏବେ ଅଧିନାୟକ ରୋହିତ ଶର୍ମା ଫିଟ୍‌ନେସ୍‌କୁ ନେଇ ଦଳର ଚିନ୍ତା ବଢ଼ାଇଛନ୍ତି। ମୁମ୍ବାଇ ଇଣ୍ଡିଆନ୍ସ ସ୍ପିନର ପିୟୁଷ ଚାଓ୍ବଲା କୋଲକାତା ବିପକ୍ଷ ମ୍ୟାଚ୍‌ ପରେ ରୋହିତଙ୍କ ପିଠିରେ ହାଲୁକା ଯନ୍ତ୍ରଣା ହେଉଥିବା କହିଛନ୍ତି।

ରୋହିତ ମ୍ୟାଚ୍‌ର ପ୍ରଥମ ଇନିଂସରେ ଫିଲ୍ଡିଂ କରିବାକୁ ଆସି ନ ଥିଲେ। ସେବେଠାରୁ କିଛି ସମସ୍ୟା ଥିବା ଅନୁମାନ କରାଯାଉଥିଲା। ମ୍ୟାଚ୍‌ ଶେଷ ହେବା ପରେ ପିୟୁଷ ତାଙ୍କ ଅଣ୍ଟାରେ ଆଘାତ ଥିବା କହିଥିଲେ। ହେଲେ ଚିନ୍ତା କରିବାର ଆବଶ୍ୟକତା ନାହିଁ। ଅଳ୍ପ ଯନ୍ତ୍ରଣା ହେଉଥିବା ଯୋଗୁ ତାଙ୍କୁ ଦଳ ଇମ୍ପ୍ୟାକ୍ଟ ଖେଳାଳି ଭାବେ ଦଳ ମଇଦାନକୁ ଛାଡ଼ିଥିବା ପିୟୁଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

କର୍କଟ ରାଶିରେ ସୃଷ୍ଟି ହେଲା ଦୁର୍ଲଭ ଚତୁର୍ଗ୍ରହ ଯୋଗ: ଏହି ୪ ରାଶିଙ୍କ ପାଇଁ ଖୋଲିଯିବ ଧନଲାଭର ନୂଆ ଦ୍ୱାର

ଆଜି ୧୧ ଅଗଷ୍ଟ, ୨୦୨୬ରେ ସାବନ ଶିବରାତ୍ରି ଅବସରରେ ଆକାଶରେ ଏକ ବିଶେଷ ଗ୍ରହ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ କର୍କଟ ରାଶିରେ ସୂର୍ଯ୍ୟ, ଗୁରୁ,…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri