Posted inଖେଳ

ଶ୍ରୀସନ୍ତଙ୍କ ନୂଆ ଇନିଂସ: ଏହି ଟିମ୍‌ର କୋଚ୍‌ ଭାବେ ହେଲେ ନିଯୁକ୍ତ

ଥିରୁବନନ୍ତପୁରମ୍‌,୨୬।୮: ଦୁଇଥର ବିଶ୍ୱ ଚାମ୍ପିଅନ ଭାରତୀୟ ଦଳର ସଦସ୍ୟ ଥିବା ୩୯ ବର୍ଷୀୟ ପୂର୍ବତନ ଦ୍ରୁତ ବୋଲର୍‌ ଏସ୍‌. ଶ୍ରୀସନ୍ତ କ୍ରିକେଟରୁ ବିଦାୟ ନେବା ପରେ କୋଚ୍‌ ଭାବେ ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ଆବୁଧାବିରେ ଅନୁଷ୍ଠିତ ହେବାକୁ ଥିବା ଟି-୧୦ ଲିଗ୍‌ର ପଞ୍ଚମ ସିଜନରେ ବଙ୍ଗଳା ଟାଇଗର୍ସ ଦଳର ପରାମର୍ଶଦାତା ବା ପ୍ରଶିକ୍ଷକ ଭାବରେ ନଜର ଆସିବେ। କୋଚ୍‌ ଭୂମିକାରେ ଶ୍ରୀସନ୍ତଙ୍କ ଏହା ପ୍ରଥମ ଅଭିଜ୍ଞତା ହେବ।

ବାଲାଂଦେଶ ଟି୨୦ ଟିମ୍‌ର ଅଧିନାୟକ ଶାକିବ ଅଲ ହାସନଙ୍କୁ ବାଲାଂ ଟାଇଗର୍ସ ଦଳର ନୂତନ ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି। ସେ ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଫାଫ୍‌ ଡୁ ପ୍ଲେସିସ୍‌ଙ୍କ ସ୍ଥାନ ନେବେ। ଦଳ ଡୁ ପ୍ଲେସିସ୍‌ଙ୍କ ଅଧିନାୟକତ୍ୱରେ ୧୦ ମ୍ୟାଚ୍‌ ମଧ୍ୟରୁ ୬ ଜିତି ତୃତୀୟ ସ୍ଥାନ ଅଧିକାର କରିଛି। ବାଲାଂଦେଶର ପୂର୍ବତନ ଅଲରାଉଣ୍ଡର ଆଫତାବ ଅହମ୍ମଦ ଦଳର କୋଚ୍‌ ହେବେ। ଶ୍ରୀସନ୍ତ ତାଙ୍କୁ ସମର୍ଥନ କରିବେ। ସେହିଭଳି ଦଳର ସହକାରୀ ପ୍ରଶିକ୍ଷକ ଭାବରେ ନଜମୁଲ ଆବେଦିନ ଫହିମଙ୍କୁ ନିଯୁକ୍ତ କରାଯାଇଛି।

ଭାରତ ପକ୍ଷରୁ ଶ୍ରୀସନ୍ତ ୨୭ ଟେଷ୍ଟ, ୫୩ ଦିନିକିଆ ଏବଂ ୧୦ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ସେ ବିବାଦରେ ଫସିବା ପରେ ଆଇପିଏଲ୍‌ ଖେଳିବାକୁ ଇଚ୍ଛା ପ୍ରକାଶ କରିଥିଲେ। ହେଲେ ତାଙ୍କୁ କେହି କିଣି ନ ଥିଲେ। ପରେ ସେ ବିଦେଶ ଲିଗ୍‌ରେ ଖେଳିବାକୁ ବିସିସିଆଇକୁ ଅନୁମତି ମାଗିଥିଲେ। ହେଲେ ବୋର୍ଡ ଅନୁମତି ଦେଇ ନ ଥିଲେ। ଶେଷରେ ସେ କୋଚିଂ ବାଟକୁ ବାଛିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri