Posted inଖେଳ

ଆଇପିଏଲ୍‌ ଖେଳିବା ଆଶା ମଉଳିଲା: ପ୍ରତିକ୍ରିୟାରେ ଏଭଳି କହିଲେ ଏହି ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୨।୨: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଆଗାମୀ ସଂସ୍କରଣ ପାଇଁ ଖୁବ୍‌ଶୀଘ୍ର ନିଲାମୀ ପ୍ରକ୍ରିୟା କରାଯିବ। ଏଥିପାଇଁ ୧୧୧୪ଜଣ ଖେଳାଳି ନାମାଙ୍କନ କରିଥିଲେ। ଏବେ ବିସିସିଆଇ ପକ୍ଷରୁ ନିର୍ଣ୍ଣାୟକ ଖେଳାଳି ତାଲିକା ଜାରି କରାଯାଇଛି। ସେଥିରୁ ଏସ୍‌. ଶ୍ରସନ୍ଥଙ୍କୁ ବାଦ୍‌ ଦିଆଯାଇଥିବା ଦେଖିବାକୁ ମିଳିଛି। ସ୍ପଟ୍‌ ଫିକ୍ସିଂ ଅଭିଯୋଗରୁ ମୁକ୍ତ ହେବା ପରେ କ୍ରିକେଟ୍‌କୁ ଫେରିଥିବା ଶ୍ରୀସନ୍ତ ଆଇପିଏଲ୍‌ ଖେଳିବାକୁ ଇଚ୍ଛା ପ୍ରକାଶ କରିଥିଲେ। ଏପରିକି ସେ ନିଜର ସର୍ବନିମ୍ନ ମୂଲ୍ୟ ୭୫ ଲକ୍ଷ ଟଙ୍କା ରଖିଥିଲେ। ହେଲେ ତାଙ୍କ ଆଶା ମଉଳିଛି। ଏନେଇ ପ୍ରତିକ୍ରିୟା ରଖି ଶ୍ରସନ୍ତ କହିଛନ୍ତି, ଆଇପିଏଲ୍‌ ୨୦୨୧ ନିଲାମୀ ପାଇଁ ଶର୍ଟଲିଷ୍ଟ ହୋଇ ନ ଥିଲେ ହେଁ ଆଶା ହରାଇନାହିଁ। ସେ ପରିଶ୍ରମ ଜାରି ରଖିବେ ବୋଲି କହିବା ସହ ପ୍ରଶଂସକମାନଙ୍କୁ ସମର୍ଥନ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଏହାଛଡ଼ା ସେ କ୍ରିସ୍‌ ଗେଲ୍‌ଙ୍କ ଉଦାହରଣ ଦେଇ କହିଛନ୍ତି, ସେ ଏକଦା ଆଇପିଏଲ୍‌ ନିଲାମୀରେ ଅନ୍‌ସୋଲ୍ଡ ଥିଲେ। ଆର୍‌ସିବି ତାଙ୍କୁ ବିକଳ୍ପ ଭାବେ ସାମିଲ କରିଥିଲା। ହେଲେ ସେ ଟୁର୍ନାମେଣ୍ଟରେ ଚମକିଥିଲେ। ଏଣୁ ସେ ଏବର୍ଷ ନ ହେଲେ ବି ଆସନ୍ତା ବର୍ଷ ନିଶ୍ଚିତ ଆଇପିଏଲ୍‌ ଖେଳିବେ। ଏବେ ସେ ନିଜର ସମସ୍ତ ଧ୍ୟାନ ବିଜୟ ହଜାରେ ଟ୍ରଫିରେ ଲଗାଉଛନ୍ତି ବୋଲି ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri