Posted inଖେଳ

ଆଇପିଏଲ୍‌ ଖେଳିବା ଆଶା ମଉଳିଲା: ପ୍ରତିକ୍ରିୟାରେ ଏଭଳି କହିଲେ ଏହି ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୨।୨: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଆଗାମୀ ସଂସ୍କରଣ ପାଇଁ ଖୁବ୍‌ଶୀଘ୍ର ନିଲାମୀ ପ୍ରକ୍ରିୟା କରାଯିବ। ଏଥିପାଇଁ ୧୧୧୪ଜଣ ଖେଳାଳି ନାମାଙ୍କନ କରିଥିଲେ। ଏବେ ବିସିସିଆଇ ପକ୍ଷରୁ ନିର୍ଣ୍ଣାୟକ ଖେଳାଳି ତାଲିକା ଜାରି କରାଯାଇଛି। ସେଥିରୁ ଏସ୍‌. ଶ୍ରସନ୍ଥଙ୍କୁ ବାଦ୍‌ ଦିଆଯାଇଥିବା ଦେଖିବାକୁ ମିଳିଛି। ସ୍ପଟ୍‌ ଫିକ୍ସିଂ ଅଭିଯୋଗରୁ ମୁକ୍ତ ହେବା ପରେ କ୍ରିକେଟ୍‌କୁ ଫେରିଥିବା ଶ୍ରୀସନ୍ତ ଆଇପିଏଲ୍‌ ଖେଳିବାକୁ ଇଚ୍ଛା ପ୍ରକାଶ କରିଥିଲେ। ଏପରିକି ସେ ନିଜର ସର୍ବନିମ୍ନ ମୂଲ୍ୟ ୭୫ ଲକ୍ଷ ଟଙ୍କା ରଖିଥିଲେ। ହେଲେ ତାଙ୍କ ଆଶା ମଉଳିଛି। ଏନେଇ ପ୍ରତିକ୍ରିୟା ରଖି ଶ୍ରସନ୍ତ କହିଛନ୍ତି, ଆଇପିଏଲ୍‌ ୨୦୨୧ ନିଲାମୀ ପାଇଁ ଶର୍ଟଲିଷ୍ଟ ହୋଇ ନ ଥିଲେ ହେଁ ଆଶା ହରାଇନାହିଁ। ସେ ପରିଶ୍ରମ ଜାରି ରଖିବେ ବୋଲି କହିବା ସହ ପ୍ରଶଂସକମାନଙ୍କୁ ସମର୍ଥନ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଏହାଛଡ଼ା ସେ କ୍ରିସ୍‌ ଗେଲ୍‌ଙ୍କ ଉଦାହରଣ ଦେଇ କହିଛନ୍ତି, ସେ ଏକଦା ଆଇପିଏଲ୍‌ ନିଲାମୀରେ ଅନ୍‌ସୋଲ୍ଡ ଥିଲେ। ଆର୍‌ସିବି ତାଙ୍କୁ ବିକଳ୍ପ ଭାବେ ସାମିଲ କରିଥିଲା। ହେଲେ ସେ ଟୁର୍ନାମେଣ୍ଟରେ ଚମକିଥିଲେ। ଏଣୁ ସେ ଏବର୍ଷ ନ ହେଲେ ବି ଆସନ୍ତା ବର୍ଷ ନିଶ୍ଚିତ ଆଇପିଏଲ୍‌ ଖେଳିବେ। ଏବେ ସେ ନିଜର ସମସ୍ତ ଧ୍ୟାନ ବିଜୟ ହଜାରେ ଟ୍ରଫିରେ ଲଗାଉଛନ୍ତି ବୋଲି ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri