ଆଜିଠାରୁ ଜୀ ସାର୍ଥକରେ ‘ସା ରେ ଗା ମା ପା’

ଭୁବନେଶ୍ୱର,୨୦।୮: ରାଜ୍ୟରେ ପ୍ରମୁଖ ଘରୋଇ ମନୋରଞ୍ଜନଭିତ୍ତିକ ଟିଭି ଚ୍ୟାନେଲ ‘ଜୀ ସାର୍ଥକ’ରେ ଆଜିଠାରୁ (ଶନିବାର) ସଙ୍ଗୀତଭିତ୍ତିକ ରିୟାଲିଟି ଶୋ ‘ସା ରେ ଗା ମା ପା-ସ୍ବରର ମହାମଞ୍ଚ’ ଆରମ୍ଭ ହେବାକୁ ଯାଉଛି। ନିକଟରେ ଉକ୍ତ ଶୋ’ର ସମସ୍ତ ଅଡିସନ କାର୍ଯ୍ୟକ୍ରମ ଶେଷ ହୋଇଥିବା ବେଳେ ଅଗଷ୍ଟ ୨୦ରୁ ପ୍ରତି ଶନିବାର ଓ ରବିବାର ରାତି ୯ଟା ୩୦ରେ ଏହାର ପ୍ରସାରଣ କରାଯିବ। ଏହି ଶୋ’ରେ ଜଜ୍‌ ଭାବେ କଣ୍ଠଶିଳ୍ପୀ କୁଲଦୀପ ପଟ୍ଟନାୟକ ଓ ଦୀପ୍ତିରେଖା ପାଢ଼ୀ ରହିଥିବା ବେଳେ କଣ୍ଠଶିଳ୍ପୀ ଇରା ମହାନ୍ତି ମହାଗୁରୁ ଭାବେ ରହିଛନ୍ତି। ବିଶେଷକରି ପ୍ରଥମ ଥର ପାଇଁ ଇରା ମହାନ୍ତି ମ୍ୟୁଜିକ ରିଆଲିଟି ଶୋ’ରେ ମହାଗୁରୁ ଭାବେ ଦେଖିବାକୁ ମିଳିବେ। ଏପରିକି ଜୀ ସାର୍ଥକରେ ପ୍ରସାରିତ ହେଉଥିବା ମ୍ୟୁଜିକ ରିଆଲିଟି ଶୋ ‘ସା ରେ ଗା ମା ପା’ରୁ ସଫଳତା ପାଇ ଅନେକ କଣ୍ଠଶିଳ୍ପୀ ଏବେ ଓଡ଼ିଆ ସଂଗୀତ ଦୁନିଆରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି। ଏହି ମେଗା ଶୋ ଅନେକ କଣ୍ଠଶିଳ୍ପୀଙ୍କୁ ଲୋକଲୋଚନକୁ ଆଣିବା ସହ ପ୍ରସିଦ୍ଧ ମଧ୍ୟ କରାଇଛି। ସ୍ବର ଓ ସଂଗୀତକୁ ଭଲ ପାଉଥିବା ଏବଂ ଏଥିରେ କ୍ୟାରିୟର ଗଢିବାକୁ ଚାହୁଁଥିବା କଳାକାରମାନଙ୍କ ପାଇଁ ଏହି ଶୋ ଏକ ବଡ ସୁଯୋଗ ପ୍ରଦାନ କରିଥାଏ ବୋଲି ଜୀ ସାର୍ଥକ ପକ୍ଷରୁ କୁହାଯାଇଛି। ଚଳିତ ସିଜନରେ ଅଡିସନ ରାଉଣ୍ଡରୁ ହଜାର ହଜାର ପ୍ରତିଯୋଗୀଙ୍କ ମଧ୍ୟରୁ ବଛାହୋଇ ଓଡ଼ିଶାର ବିଭିନ୍ନ ସହରରୁ ଆସିଛନ୍ତି କିଛି ଭିନ୍ନ ଧରଣର କଣ୍ଠଶିଳ୍ପୀ, ଯେଉଁମାନେ ଏଥର ‘ସା ରେ ଗା ମା ପା’ ମଞ୍ଚରେ ସେମାନଙ୍କ ପ୍ରତିଭା ଦେଖାଇବେ। ଗତ ସିଜନ ତୁଳନାରେ ଚଳିତ ଥର ‘ସା ରେ ଗା ମା ପା-ସ୍ବରର ମହାମଞ୍ଚ’ର ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମକୁ ଦର୍ଶକ ଆଗ୍ରହର ସହକାରେ ଅପେକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri