Posted inଜାତୀୟ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ହେବାକୁ ଲକ୍ଷ୍ୟ ରଖିଛନ୍ତି ଅଜିତ ପାଓ୍ବାର!

ମୁମ୍ବାଇ,୪।୫: ଏନସିପି ଅଧ୍ୟକ୍ଷ ପଦରୁ ଶରଦ ପାଓ୍ବାର ଇସ୍ତଫା ଦେବା ପରେ ମହାରାଷ୍ଟ୍ର ରାଜନୀତିରେ କଳ୍ପନା ଜଳ୍ପନା ଲାଗି ରହିଛି। ଉଦ୍ଧବ ଗ୍ରୁପର ଶିବସେନା ତା’ର ମୁଖପତ୍ର ‘ସାମନା’ରେ କିଛି ଦାବି କରିଛି। ସାମନାର ସମ୍ପାଦକୀୟରେ ଲେଖାଯାଇଛି, କି ଶରଦ ପାଓ୍ବାର ତାଙ୍କ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି)ରୁ ହଡବଡେଇ ଯାଇ ଇସ୍ତଫା ଦେଇଛନ୍ତି। ତାଙ୍କ ନିକଟତମ ଲୋକେ କହିଛନ୍ତି ସାହବ ତ ମେ’୧ ଅର୍ଥାତ୍‌ ମହାରାଷ୍ଟ୍ର ଦିବସରେ ରିଟାୟର ହେବାକୁ ଘୋଷଣା କରିଥିଲେ, ହେଲେ ମୁମ୍ବାଇରେ ମହାବିକାଶ ଅଘାଡିର ସଭା ହେବା କାରଣରୁ ସେ ମେ’୨ରେ ଇସ୍ତଫା ଘୋଷଣା କଲେ। ଆମେ ଏହି ରାୟରେ ସହମତ ନୁହେଁ।

ସାମନାରେ ଆହୁରି ମଧ୍ୟ ଲେଖାଯାଇଛି କି ଅଜିତ ପାଓ୍ବାରଙ୍କ ରାଜନୀତିର ଅନ୍ତିମ ଉଦ୍ଦେଶ୍ୟ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବା। ସୁପ୍ରିୟା ସୁଲେ ଦିଲ୍ଲୀରେ ରହୁଛନ୍ତି। ସେଠାରେ ତାଙ୍କର ସ୍ଥିତି ଭଲ ରହିଛି। ପାର୍ଲାମେଣ୍ଟରେ ସେ ଭଲ କାମ କରୁଛନ୍ତି। ଭବିଷ୍ୟତରେ ଯଦି ଦଳର ନେତୃତ୍ୱ ମିଳିଲା ତେବେ ପିତାଙ୍କ ଭଳି ସମାନ ସ୍ଥାନରେ ପହଞ୍ଚିବାକୁ ସେ ଚେଷ୍ଟା କରିବା ଦରକାର। ଶରଦ ପାଓ୍ବାର ପାର୍ଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇ ସମସ୍ତଙ୍କ ପୋଲ୍‌ ଖୋଲି ଦେଇଛନ୍ତି। ବାଦଲ ଓ ପବନକୁ ସ୍ବଚ୍ଛ କରି ଦେଇଛନ୍ତି। ଆଜି ଯେଉଁମାନେ ଗୋଡ ତଳେ ପଡୁଛନ୍ତି କାଲି ସେମାନେ ଗୋଡ ଟାଣିବେ ତେଣୁ ଏମାନଙ୍କ ମୂଳ ଉପାଠି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri