ସଅଁରାପଡ଼ା ଗଣହତ୍ୟା ଘଟଣା: ମାଷ୍ଟରମାଇଣ୍ଡ ବାପପୁଅ ଗିରଫ

ପାଟଣାଗଡ଼,୩ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ବ୍ରହ୍ମପୁରା ନିକଟସ୍ଥ ସଅଁରାପଡ଼ା କୁସୁମକାନୀ ଗଣହତ୍ୟାର ମାଷ୍ଟରମାଇଣ୍ଡ ଓ ତାଙ୍କ ପୁଅକୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି । କୋର୍ଟଚାଲାଣ ହୋଇଥିବା ଅଭିଯୁକ୍ତ ବାପପୁଅ ହେଲେ ଗଙ୍ଗଓ୍ବା ମାଝୀ (୪୪) ଓ ତାଙ୍କ ପୁଅ ଦେବରାଜ ମାଝି(୨୩)।

ସୂଚନାଯୋଗ୍ୟ, ଗତ ୨୦୨୦ ନଭେମ୍ବର ୧୧ ତାରିଖ ବ୍ରହ୍ମପୁରା ନିକଟସ୍ଥ ସଅଁରାପଡ଼ା କୁସୁମକାନୀରେ ପତିଆରା ଓ ପୂର୍ବ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ୬ଜଣକୁ ହତ୍ୟା କରାଯାଇଥିଲା। ଅଭିଯୁକ୍ତମାନେ ବିଭିନ୍ନ ମାରଣାସ୍ତ୍ରରେ ପରିବାରର ବୁଲୁ ଯାନୀ (୫୦), ତାଙ୍କ ସ୍ତ୍ରୀ ଜ୍ୟୋତି (୪୮) ଦୁଇପୁଅ ଭୀଷ୍ମ (୫) ଓ ସଂଜୀବ (୨), ଦୁଇ ଝିଅ ସରିତା(୧୪) ଓ ଶ୍ରୀୟା (୩)ଙ୍କୁ ହତ୍ୟା କରିଥିଲେ। ଉକ୍ତ ଘଟଣାରେ ସେ ସମୟରେ ପୋଲିସ ବାବୁଲାଲ ଯାନୀ, ଛାୟା ଗୋଣ୍ଡ, ବଳଦେବ ଗୋଣ୍ଡ, ମନୀଷ ଗୋଣ୍ଡ, ଭୋଳା ଯାନୀ, ଶିବା ଯାନୀ, ବିକଳ କଲରୀ ପ୍ରମୁଖ ୭ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ କରିଥିଲା। ତେବେ ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡ ଗଙ୍ଗଓ୍ବା ଓ ତା’ପୁଅ ଦେବରାଜ ସେହିଦିନଠାରୁ ଫେରାର ରହିଥିଲେ। ଫଳରେ ସେମାନଙ୍କ ନାଁରେ ଜାମିନବିହୀନ ଗିରଫ ପରାଓ୍ବାନା ଜାରି ହୋଇଥିଲା। ଏପରିକି ଗଙ୍ଗଓ୍ବା ହତ୍ୟାକାଣ୍ଡ ଭିଆଇ ନୂଆପଡ଼ା ଜିଲା ନୀଳଜୀ ଗାଁରେ ରହୁଥିଲା। ସେଠାରେ ଏକ ଖାତାରେ ଚିଠି ଲେଖି ପୋଲିସ ତାଙ୍କୁ ଗିରଫ କରିପାରିବନାହିଁ ବୋଲି ଖୋଲା ଚ୍ୟାଲେଞ୍ଜ ଦେଇଥିଲା। ବଲାଙ୍ଗିର ଏସପିଙ୍କ ନିର୍ଦ୍ଦେଶକ୍ରମେ ପାଟଣାଗଡ଼ ଏସ୍‌ଡିପିଓ ସଦାନନ୍ଦ ପୂଜାରୀଙ୍କ ତତ୍ତ୍ୱାବଧାନରେ ଥାନାଧିକାରୀ ହରିବନ୍ଧୁ ଗଡ଼ତ୍ୟାଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ ଗତ ଗୁରୁବାର ଗଙ୍ଗୱା ଓ ତାଙ୍କ ପୁଅକୁ ଗିରଫ କରିଥିଲା। ଶୁକ୍ରବାର ଉଭୟଙ୍କୁ କୋର୍ଟଚାଲାଣ କରାଯାଇଥିବାବେଳେ ଜାମିନ ମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇଦିଆଯାଇଥିବା ଥାନାଧିକାରୀ ହରିବନ୍ଧୁ ଗଡ଼ତ୍ୟା ସୂଚନା ଦେଇଛନ୍ତି। ସେ ସମୟରେ ଉକ୍ତ ଲୋମଟାଙ୍କୁରା ଘଟଣା ପାଟଣାଗଡ଼ ଅଞ୍ଚଳ ସହ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri