Posted inଖେଳ

ସାତ୍ତ୍ୱିକ-ଚିରାଗଙ୍କୁ ଐତିହାସିକ ଡବଲ୍ସ ଟାଇଟଲ

ଜାକର୍ତ୍ତା, ୧୯ା୬ (ପି.ଟି.): ଭାରତୀୟ ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ଇଣ୍ଡୋନେସିଆ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ପୁରୁଷ ଡବଲ୍ସ ଟାଇଟଲ ଜିତି ଇତିହାସ ସୃଷ୍ଟି କରିଛନ୍ତି। ସୁପର ୧୦୦୦ ଇଭେଣ୍ଟ ଜିତିବାରେ ସେମାନେ ଦେଶର ପ୍ରଥମ ଯୋଡ଼ି ହେବାର ଗୌରବ ଅର୍ଜନ କରିଛନ୍ତି। ଭାରତୀୟ ଯୋଡ଼ି ଫାଇନାଲରେ ବିଶ୍ୱଚାମ୍ପିୟନ ତଥା ସଂଘର୍ଷପୂର୍ଣ୍ଣ ଫାଇନାଲରେ ମାଲେସିଆର ଆରୋନ ଚିଆ ଓ ସେ ଉଇ ଇକ୍‌ଙ୍କୁ ୨୧-୧୭, ୨୧-୧୮ରେ ହରାଇ ଦେଇଛନ୍ତି। ମ୍ୟାଚଟି ୪୩ ମିନିଟ୍‌ ଧରି ଚାଲିଥିଲା। ସୂଚନାଯୋଗ୍ୟ, ବିଶ୍ୱର ୬ ନମ୍ବର ମାନ୍ୟତାପ୍ରାପ୍ତ ସାତ୍ତ୍ୱିକ-ଚିରାଗ ଯୋଡ଼ି ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଏକ ସ୍ବର୍ଣ୍ଣ ପଦକ ଲାଭ କରିଥିବା ବେଳେ ଗତବର୍ଷ ବିଶ୍ୱ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ଜିତିଥିଲେ। ଜାକର୍ତ୍ତାରେ ପୂର୍ବରୁ ସାଇନା ନେହ୍ବାଲ (୨୦୧୦, ୨୦୧୨) ଓ କିଡାମ୍ବି ଶ୍ରୀକାନ୍ତ (୨୦୧୭) ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ଏହି ଭାରତୀୟ ଯୋଡ଼ି ଏସିଆନ ଚାମ୍ପିୟନ ମଧ୍ୟ। ବର୍ତ୍ତମାନର ବିଶ୍ୱ ଚାମ୍ପିୟନଙ୍କୁ ହରାଇବା ଲାଗି ସେମାନେ ଏକ ଘଣ୍ଟାରୁ କମ ସମୟ ନେଇଥିଲେ। ଅନ୍ୟପକ୍ଷରେ ମହିଳା ସିଙ୍ଗଲ୍ସ ଫାଇନାଲରେ ଚାଇନାର ୟୁ ଫେଇ ୨୧-୧୮, ୨୧-୧୯ରେ ସ୍ପେନର କାରୋଲିନା ମାରିନ୍‌ଙ୍କୁ ହରାଇ ଟାଇଟଲ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri