Posted inଖେଳ

ହାର୍ଦ୍ଦିକ ଯଦି ଆହତ ତେବେ କାହିଁକି ବିଶ୍ୱକପ୍‌ ଟିମ୍‌ରେ କରାଗଲା ସାମିଲ? ଏଭଳି ପ୍ରଶ୍ନ ଉଠାଇଲେ…

ନୂଆଦିଲ୍ଲୀ,୨୫।୯: ଭାରତର ପର୍ବତନ କ୍ରିକେଟର ସବା କରିମ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫିଟ୍‌ନେସ୍‌କୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଆସନ୍ତା ମାସରେ ୟୁଏଇ ଏବଂ ଓମାନରେ ଆରମ୍ଭ ହେବାକୁ ଥିବା ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ କ୍ରିକେଟ ଟିମ୍‌ରେ କାହିଁକି ତାଙ୍କୁ ସାମିଲ କରାଯାଇଛି ସେ ବିଷୟରେ ସବା ମନ୍ତବ୍ୟ ଦେଇଛନ୍ତି।

ଆଇପିଏଲ୍‌ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ପ୍ରଥମ ଦୁଇଟି ମ୍ୟାଚ୍‌ରୁ ହାର୍ଦ୍ଦିକଙ୍କୁ ବାଦ୍‌ ଦିଆଯାଇଥିଲା। ସେ କେବେ ଦଳ ପାଇଁ ଖେଳିବେ ତାହା ସ୍ପଷ୍ଟ ହୋଇନାହିଁ। ଏହାକୁ ନେଇ ସବା କହିଛନ୍ତି, ହାର୍ଦ୍ଦିକ ଭାରତୀୟ ଦଳ ପାଇଁ ଜଣେ ବଡ଼ ଖେଳାଳି। ଯେତେବେଳେ ଭାରତୀୟ ଦଳରେ ତାଙ୍କର ଚୟନ ହୋଇଥିଲା ସେ ଫିଟ୍‌ ଥିଲେ କି? ଯଦି ସେ ଫିଟ୍‌ ଥିଲେ ତେବେ ତାଙ୍କର ଚୟନ ଯଥାର୍ଥ ଅଟେ। ଏଯାବତ ସେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଦୁଇଟି ମ୍ୟାଚ୍‌ ଖେଳିନାହାନ୍ତି, ସେ କେବେ ଆହତ ହୋଇଥିଲେ। ଭାରତୀୟ ଦଳ ଚୟନ ସମୟରେ କିମ୍ବା ଆଇପିଏଲ୍‌ ପାଇଁ ପ୍ରସ୍ତୁତି ସମୟରେ ଏହା ଘଟିଥିଲା କି? ଏସବୁ ଜିନିଷକୁ ବ୍ୟାଖ୍ୟା କରିବା ଆବଶ୍ୟକ ବୋଲି ସେ କହିଛନ୍ତି।

ଏହାଛଡ଼ା ଯଦି ହାର୍ଦ୍ଦିକ ଆହତ ହୋଇଥିଲେ, ତାଙ୍କୁ ଜାତୀୟ ଦଳରେ କାହିଁକି ସାମିଲ କରାଗଲା? ନିୟମ ଅନୁଯାୟୀ ଫିଟ୍‌ ନ ଥିଲେ ଏନ୍‌ସିଏ ଯିବାକୁ ହୋଇଥାଏ। ଏହାପରେ ଚୟନ ପାଇଁ କେହି ଖେଳାଳି ଉପଲବ୍ଧ ହୋଇଥାନ୍ତି। ହେଲେ ହାର୍ଦ୍ଦିକଙ୍କ କ୍ଷେତ୍ରରେ ତାହା ହୋଇ ନ ଥିବା ଅନେକ ପ୍ରଶ୍ନ ଉଠାଉଛି ବୋଲି ସବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri