Posted inଖେଳ

ହାର୍ଦ୍ଦିକ ଯଦି ଆହତ ତେବେ କାହିଁକି ବିଶ୍ୱକପ୍‌ ଟିମ୍‌ରେ କରାଗଲା ସାମିଲ? ଏଭଳି ପ୍ରଶ୍ନ ଉଠାଇଲେ…

ନୂଆଦିଲ୍ଲୀ,୨୫।୯: ଭାରତର ପର୍ବତନ କ୍ରିକେଟର ସବା କରିମ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫିଟ୍‌ନେସ୍‌କୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଆସନ୍ତା ମାସରେ ୟୁଏଇ ଏବଂ ଓମାନରେ ଆରମ୍ଭ ହେବାକୁ ଥିବା ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ କ୍ରିକେଟ ଟିମ୍‌ରେ କାହିଁକି ତାଙ୍କୁ ସାମିଲ କରାଯାଇଛି ସେ ବିଷୟରେ ସବା ମନ୍ତବ୍ୟ ଦେଇଛନ୍ତି।

ଆଇପିଏଲ୍‌ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ପ୍ରଥମ ଦୁଇଟି ମ୍ୟାଚ୍‌ରୁ ହାର୍ଦ୍ଦିକଙ୍କୁ ବାଦ୍‌ ଦିଆଯାଇଥିଲା। ସେ କେବେ ଦଳ ପାଇଁ ଖେଳିବେ ତାହା ସ୍ପଷ୍ଟ ହୋଇନାହିଁ। ଏହାକୁ ନେଇ ସବା କହିଛନ୍ତି, ହାର୍ଦ୍ଦିକ ଭାରତୀୟ ଦଳ ପାଇଁ ଜଣେ ବଡ଼ ଖେଳାଳି। ଯେତେବେଳେ ଭାରତୀୟ ଦଳରେ ତାଙ୍କର ଚୟନ ହୋଇଥିଲା ସେ ଫିଟ୍‌ ଥିଲେ କି? ଯଦି ସେ ଫିଟ୍‌ ଥିଲେ ତେବେ ତାଙ୍କର ଚୟନ ଯଥାର୍ଥ ଅଟେ। ଏଯାବତ ସେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଦୁଇଟି ମ୍ୟାଚ୍‌ ଖେଳିନାହାନ୍ତି, ସେ କେବେ ଆହତ ହୋଇଥିଲେ। ଭାରତୀୟ ଦଳ ଚୟନ ସମୟରେ କିମ୍ବା ଆଇପିଏଲ୍‌ ପାଇଁ ପ୍ରସ୍ତୁତି ସମୟରେ ଏହା ଘଟିଥିଲା କି? ଏସବୁ ଜିନିଷକୁ ବ୍ୟାଖ୍ୟା କରିବା ଆବଶ୍ୟକ ବୋଲି ସେ କହିଛନ୍ତି।

ଏହାଛଡ଼ା ଯଦି ହାର୍ଦ୍ଦିକ ଆହତ ହୋଇଥିଲେ, ତାଙ୍କୁ ଜାତୀୟ ଦଳରେ କାହିଁକି ସାମିଲ କରାଗଲା? ନିୟମ ଅନୁଯାୟୀ ଫିଟ୍‌ ନ ଥିଲେ ଏନ୍‌ସିଏ ଯିବାକୁ ହୋଇଥାଏ। ଏହାପରେ ଚୟନ ପାଇଁ କେହି ଖେଳାଳି ଉପଲବ୍ଧ ହୋଇଥାନ୍ତି। ହେଲେ ହାର୍ଦ୍ଦିକଙ୍କ କ୍ଷେତ୍ରରେ ତାହା ହୋଇ ନ ଥିବା ଅନେକ ପ୍ରଶ୍ନ ଉଠାଉଛି ବୋଲି ସବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri